42.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଗିରଫଦାରୀ ପିଟିସନ ପ୍ରତ୍ୟାହାର କଲେ କେଜ୍ରିଓ୍ବାଲ

ଗିରଫଦାରୀ ପିଟିସନ ପ୍ରତ୍ୟାହାର କଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରିଛି ଇଡି । ଇଡିରେ ଗିରଫଦାରୀ ବିରୋଧରେ କେଜ୍ରିୱାଲଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନକୁ ପ୍ରତ୍ୟାହାର କରିନିଆଯାଇଛି । କେଜ୍ରିୱାଲଙ୍କ ପକ୍ଷରୁ ତଳକୋର୍ଟରେ ଆବେଦନ କରାଯିବ । ସୁପ୍ରିମକୋର୍ଟରେ ହୋଇଥିବା ଆବେଦନକୁ କେଜ୍ରିଓ୍ବାଲ ପ୍ରତ୍ୟାହାର କରିନେଇଥିବା ସୂଚନା ଦେଇଛନ୍ତି ତାଙ୍କ ଓକିଲ ଅଭିଷେକ ମନୁ ସିଂହଭି । ଏହାସହ ସେ ଇଡି ରିମାଣ୍ଡକୁ ବିରୋଧ କରିଛନ୍ତି। ଗୁରୁବାର କେଜ୍ରିଓ୍ବାଲଙ୍କ ଗିରଫଦାରୀ ବିରୋଧରେ ସୁପ୍ରିମକୋର୍ଟର ଦ୍ବାରସ୍ତ ହୋଇଥିଲା ଆମ ଆଦମୀ ପାର୍ଟିର ଲିଗାଲ ଟିମ୍ । ଇଡି ଗିରଫଦାରୀ ମାମଲାର ଜରୁରୀ ଶୁଣାଣି ପାଇଁ କୋର୍ଟ ରାଜି ହୋଇଥିଲେ । ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ତିନି ଜଣିଆ ବେଞ୍ଚ ଏହି ଆବେଦନ ଉପରେ ଶୁଣାଣି କରିବା ନେଇ ନିଷ୍ପତ୍ତି ହୋଇଥିଲା । ଏହାର କିଛି ସମୟ ମଧ୍ୟରେ କେଜ୍ରିଓ୍ବାଲଙ୍କ ପକ୍ଷରୁ ସୁପ୍ରିମକୋର୍ଟରୁ ଆବେଦନକୁ ପ୍ରତ୍ୟାହାର କରାଯାଇଥିବା ସୂଚନା ମିଳିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂହଭି ଆଜି ସୁପ୍ରିମକୋର୍ଟରେ ହାଜର ହୋଇଥିଲେ । ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ଶୁଣାଣି କରିବାର ଥିଲା । ଏହି ଆବେଦନର ଶୁଣାଣି ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ଏମ ଏମ ସୁନ୍ଦରେଶ ଏବଂ ଜଷ୍ଟିସ ବେଲା ମାଧୁର୍ୟ୍ୟ କରିବେ ବୋଲି ସ୍ଥିର ହୋଇଥିଲା । ମାତ୍ର ତା ପୂର୍ବରୁ ପିଟିସନ ପ୍ରତ୍ୟାହାର କରି ନେଇଥିଲେ କେଜ୍ରିୱାଲ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking