21.1 C
Bhubaneswar
Monday, January 12, 2026
Homeଦେଶ ବିଦେଶକେରଳ ଭୂସ୍ଖଳନ ଘଟଣା : ମୃତ୍ୟୁ ସଂଖ୍ୟା ୧୫୬କୁ ବୃଦ୍ଧି

କେରଳ ଭୂସ୍ଖଳନ ଘଟଣା : ମୃତ୍ୟୁ ସଂଖ୍ୟା ୧୫୬କୁ ବୃଦ୍ଧି

ୱାୟନାଡ଼ : ଗତକାଲି କେରଳର ୱାୟନାଡ଼ରେ ବଡ଼ଧରଣର ଭୂସ୍ଖଳନ ହୋଇଛି। ବଡ଼ି ଭୋରରେ ମାତ୍ର ୪ ଘଣ୍ଟା ବ୍ୟବଧାନରେ ଘଟିଥିବା କ୍ରମାଗତ ତିନିଟି ଭୂସ୍ଖଳନରେ ୫ଟି ଗାଁ ସଂପୂର୍ଣ୍ଣ ଧୋଇ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ମାଟି ଭିତରୁ ୧୫୬ ଜଣଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି। ଏହାସହିତ ୧୮୦ ଜଣରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ତେବେ ଆହୁରି ୧୦୦ରୁ ରୁ ଅଧିକ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି। ଉଦ୍ଧାର କାର୍ଯ୍ୟରେ ନୌସେନା, ସେନାବାହିନୀ, ଏନ୍‌ଡିଆର୍‌ଏଫ୍‌ ସାମିଲ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। କେରଳ ସରକାର ଏଥିପାଇଁ ଦୁଇ ଦିନିଆ ଶୋକ ଘୋଷଣା କରିଛନ୍ତି। ଉଦ୍ଧାର କାର୍ଯ୍ୟରେ ପ୍ରଥମେ ଏନ୍‌ଡିଆର୍‌ଏଫ୍‌ ଯୋଗ ଦେଇଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଏଥିରେ ସେନାବାହିନୀ ଓ ପାରା ରେଜିମେଣ୍ଟ୍‌ ଯବାନ ଯୋଗ ଦେଇଛନ୍ତି। କନ୍ନୁରର ଏଝିମାଲା ନୌସେନା ଘାଟିରୁ ନୌସେନା ଯବାନ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛନ୍ତି। ବଢ଼ନ୍ତା ନଦୀରେ ଲୋକଙ୍କୁ ଉଦ୍ଧାର କରିବା ନିମନ୍ତେ ନୌସେନାର ୩୦ ଜଣ ସ୍ବତନ୍ତ୍ର ସନ୍ତରଣକାରୀ ଯବାନ ନିୟୋଜିତ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking