27.1 C
Bhubaneswar
Sunday, July 27, 2025
Homeରାଜନୀତିଖଡଗେଙ୍କ ପ୍ରତିଶୃତି କଂଗ୍ରେସ କ୍ଷମତାକୁ ଆସିଲେ ଗରିବ ପରିବାରକୁ ପ୍ରତି ମାସରେ ୫୦୦୦ ସହାୟତା ରାଶି...

ଖଡଗେଙ୍କ ପ୍ରତିଶୃତି କଂଗ୍ରେସ କ୍ଷମତାକୁ ଆସିଲେ ଗରିବ ପରିବାରକୁ ପ୍ରତି ମାସରେ ୫୦୦୦ ସହାୟତା ରାଶି ଦେବ

ନୂଆଦିଲ୍ଲୀ : ପାଖେଇ ଆସିଲାଣି ନିର୍ବାଚନ । ନିର୍ବାଚନକୁ ଦୃଷ୍ଟିରେ ରଖି ଦଳ ଦଳ ମଧ୍ୟରେ ପ୍ରତିଯୋଗିତା ଆରମ୍ଭ ହୋଇଗଲାଣି । କିଭଳି ଭୋଟର ମାନଙ୍କୁ ଆକୃଷ୍ଟ କରିବେ ସେ ନେଇ ବିଭିନ୍ନ ଦଳ ପ୍ରତିଶୃତି ଦେବାରେ ଲାଗିପଡିଛନ୍ତି । ସେହିଭଳି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଆନ୍ଧ୍ରପ୍ରଦେଶ ଅନନ୍ତପୁରରେ ବିଶାଳ ଜନସଭା କରି ନିର୍ବାଚନୀ ପ୍ରତିଶୃତି ଦେଇଛନ୍ତି, ଯାହା ଏବେ ଚର୍ଚ୍ଚାର ବିଷୟ ହୋଇଛି । ସେ କହିଛନ୍ତି ଯେ, ଦଳ କ୍ଷମତାକୁ ଆସିଲେ ଆନ୍ଧ୍ରର ଗରିବ ପରିବାରକୁ ପ୍ରତି ମାସରେ ୫୦୦୦ ଟଙ୍କାର ସହାୟତା ରାଶି ଦେବ । ଏହି ଯୋଜନାର ନାଁ ରଖାଯିବ ‘ଇନ୍ଦିରାମ୍ମା ୟୁନିଭର୍ସାଲ ବେସିକ ଇନକମ୍’ । ଏହି ଅର୍ଥ ସିଧା ହିତାଧିକାରୀ ମହିଳାଙ୍କ ଆକାଉଣ୍ଟକୁ ଯିବ । ଖଡଗେ ଆହୁରି ମଧ୍ୟ କହିଛନ୍ତି ଯେ, ଯଦି କଂଗ୍ରେସ କ୍ଷମତାକୁ ଆସେ ତେବେ ଆନ୍ଧ୍ରପ୍ରଦେଶରେ କଡପ୍ପାରେ ଦୁଗାରାଜପଟନମ୍ ବନ୍ଦର ଓ ଏକ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ହେବ । ରାଜ୍ୟର ବିକାଶ ସୁନିଶ୍ଚିତ କରିବାକୁ ରାୟଲସୀମା ଓ ଉତ୍ତର ଆନ୍ଧ୍ର ପାଇଁ ବିଶେଷ ଅନୁଦାନ ପ୍ୟାକେଜ ଲାଗୁ କରିବ ।ଖଡଗେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, କଂଗ୍ରେସର ଗ୍ୟାରେଣ୍ଟି ବିଜେପିର ଗ୍ୟାରେଣ୍ଟି ଭଳି ନୁହେଁ । କଂଗ୍ରେସ ଯାହା କୁହେ ତାକୁ କାର୍ଯ୍ୟରେ ପରିଣତ କରେ । ବିଜେପି ୨ କୋଟି କର୍ମ ନିଯୁକ୍ତି ସହ ପ୍ରତି ଭାରତୀୟଙ୍କ ଆକାଉଣ୍ଟରେ ୧୫ ଲକ୍ଷ ଟଙ୍କା ଜମା କରିବାର ପ୍ରତିଶ୍ରୁତି ଦେଇଥିଲା ଯାହା ଆଜିଯାଏ ପୂରଣ ହୋଇପାରିଲାନାହିଁ । ତେଣୁ ଭୋଟର କଂଗ୍ରେସକୁ ବିଚାର କରିବାକୁ ସେ ଅପିଲ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking