32.1 C
Bhubaneswar
Friday, April 26, 2024
Homeଓଡିଶାଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବେ...

ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବେ ସିଲ୍‌ଭର ଗାନ୍ଧୀ

ଭୁବନେଶ୍ୱର : ଖଦୀମେଳାରେ ଯୋଗଦେଇ ଖଦୀ ବସ୍ତ୍ରର ପ୍ରଚାର ଓ ପ୍ରସାର ପାଇଁ ରାଜଧାନୀବାସୀଙ୍କୁ ନିବେଦନ କରିଥିବା ସିଲଭର ଗାନ୍ଧୀଙ୍କୁ ଖଦୀମେଳାର ଉଦ୍‌ଯାପନୀ ଉତ୍ସବରେ ଖଦୀବୋର୍ଡ଼ ତରଫରୁ ସିଲ୍‌ଭର ଗାନ୍ଧୀଙ୍କୁ ସମ୍ମାନିତ କରାଯାଇଛି । ଏଥି ସହିତ ସାରା ଓଡ଼ିଶାରେ ଖଦୀର ପ୍ରଚାର ଓ ପ୍ରସାର ସହିତ ଅହିଂସା, ଶାନ୍ତି, ସଦ୍‌ଭାବନା ଓ ଭାଇଚାରା ବଜାୟ ରଖିବା ପାଇଁ ସାଇରାମ ଗାନ୍ଧୀ ସାରା ରାଜ୍ୟ ପଦଯାତ୍ରା କରି ଲୋକମାନଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ପାଇଁ ପଦକ୍ଷେପ ନେଇଛନ୍ତି । ଏହି ଅବସରରେ ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ଭାରତର ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟିବେ ବୋଲି ସିଲଭର ଗାନ୍ଧୀ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking