30.1 C
Bhubaneswar
Thursday, May 9, 2024
Homeଖୁଦୁରୁକୁଣୀ ଓଷାଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ

ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ

ବ୍ୟୁରୋ : ‘ଖୁଦୁରୁକୁଣୀ ଓଷା’ । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।

ଏହା ଏକ ଭାଦ୍ରବ ମାସର ରବିବାରରେ ପଡ଼ିଥାଏ । ଏହି ଦିନ ସକାଳୁ କୁଆଁରୀ ଝିଅମାନେ ଖୁଦୁରୁକୁଣୀ ଠାକୁରାଣୀଙ୍କୁ ଖୁଦ ଭଜା, ଲିଆ, ଉଖୁଡ଼ା, କଣ୍ଟିଆଳି କାକୁଡ଼ି ଆଦି ଭୋଗ ଭାବରେ ଅର୍ପଣ କରିଥାନ୍ତି । ତେବେ ଖୁଦଭଜା ଠାକୁରାଣିଙ୍କର ସବୁଠୁ ପ୍ରିୟ ବୋଲି ମନେ କରାଯାଇଥାଏ ଓ ତାହାଙ୍କୁ “ଖୁଦରଙ୍କୁଣି” ବା ଖୁଦ ପାଇଁ ବାଇ ବୋଲି ଶ୍ରଦ୍ଧାରେ କୁହାଯାଇଥାଏ ଯାହା ପାଇଁ ତାହାଙ୍କର ନାମ ଖୁଦୁରୁକୁଣୀ ହୋଇଛି । ଝିଅମାନେ ଗାଧୋଇ ପାଧୋଇ କନିଅର, ଚମ୍ପା, ଗୋଡ଼ିବବାଣ, ମାଳତୀ, ମନ୍ଦାର ଓ କଇଁ ଆଦି ଫୁଲ ତୋଳି ମାଟିରେ ବା ବାଲିରେ ଛୋଟ ଛୋଟ ଦେଉଳ ତୋଳି ତାହାକୁ ଫୁଲରେ ସଜାଇଥାନ୍ତି ଓ ସେଥିରେ ଠାକୁରାଣିଙ୍କୁ ଅଧିଷ୍ଠିତ କରାଇ ପୂଜା କରିଥାନ୍ତି ଓ ଯେଝା ଘରକୁ ଲେଉଟିଆସିଥାନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking