ଉଦଳା: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଥାନା ଅନ୍ତର୍ଗତ ଉଦଳା ଅଞ୍ଚଳରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା । ସାପଣା ପାହାଡ ଉପରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । କପ୍ତିପଦା ଥାନା ଜେଏଫ୍ ଜାମୁଢିଆ ନିକଟ ପାହାଡରୁ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କୁ ହତ୍ୟା କରାଯାଇଥିବା ବାପ ଘର ଲୋକଙ୍କ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି ।










