26.1 C
Bhubaneswar
Monday, January 27, 2025
Homeରକ୍ଷା ବନ୍ଧନ-୨୦୨୩ଜାଣନ୍ତୁ କଣ ରହିଛି ରାକ୍ଷୀ ପୂର୍ଣ୍ଣିମା ପାଳନର ମହତ୍ୱ ?

ଜାଣନ୍ତୁ କଣ ରହିଛି ରାକ୍ଷୀ ପୂର୍ଣ୍ଣିମା ପାଳନର ମହତ୍ୱ ?

ବ୍ୟୁରୋ : ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା । ମୁଖ୍ୟତଃ ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଯାହା ଭାରତୀୟଙ୍କ ଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ । ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣିମା ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିନ କରାଯାଇଥାଏ । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଇଥାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣିମାରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ କିଛି ସ୍ଥାନରେ ପାଳନ କରାଯାଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ନାଁରେ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମ ଯଜ୍ଞ ମଧ୍ୟ କୁହାଯାଏ |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking