32.2 C
Bhubaneswar
Sunday, June 28, 2026
Homeଦେଶ ବିଦେଶକୋଲକାତା ଲଜ୍ୟା : ସିବିଆଇକୁ ନୂଆ ଷ୍ଟାଟସ ରିପୋର୍ଟ ଦାଖଲ ନିର୍ଦେଶ

କୋଲକାତା ଲଜ୍ୟା : ସିବିଆଇକୁ ନୂଆ ଷ୍ଟାଟସ ରିପୋର୍ଟ ଦାଖଲ ନିର୍ଦେଶ

ନୂଆଦିଲ୍ଲୀ : ସିବିଆଇକୁ ନୂଆ ଷ୍ଟାଟସ ରିପୋର୍ଟ । ଦାଖଲ ନିର୍ଦେଶ କଲକାତା ଆର.ଜି. କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରୁଥିବାବେଳେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ନୂଆ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ବିଚାରପତି ଜେ.ବି. ପାର୍ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରୁଛନ୍ତି। ପ୍ରଧାନ ବିଚାରପତି କହିଥିଲେ, ସିବିଆଇ ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ତଦନ୍ତ ଚାଲିଥିବା ନେଇ ରିପୋର୍ଟରେ କୁହାଯାଇଛି। କିନ୍ତୁ ସିବିଆଇ ଏକ ନୂଆ ଷ୍ଟାଟସ ରିପୋର୍ଟ ଦାଖଲ କରୁ। ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଏହାର ସମୀକ୍ଷା କରାଯିବ। ସିବିଆଇ ମାମଲା ହାତକୁ ନେଇଥିବାରୁ ସେଥିରେ ସର୍ବୋଚ୍ଚ ଅଦାଲତ ହସ୍ତକ୍ଷେପ କରିବେ ନାହିଁ ବୋଲି ପ୍ରଧାନ ବିଚାରପତି କହିଥିଲେ। ତେବେ ଘଟଣା ପରେ ଏତଲା ରୁଜୁ ହେବାରେ ୧୪ ଘଣ୍ଟା ବିଳମ୍ବ ହୋଇଥିବା ନେଇ ସୁପ୍ରିମକୋର୍ଟ ଅବଗତ ହୋଇଥିଲେ। ସେହିପରି ସାମାଜିକ ଗଣମାଧ୍ୟମଗୁଡ଼ିକରୁ ପୀଡ଼ିତାଙ୍କ ଫଟୋକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ନିର୍ଦେଶ ଦେଇଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ରିପୋର୍ଟ ଦାଖଲ କରାଯାଇଛି। ଡାକ୍ତରମାନେ ଧର୍ମଘଟ ଜାରି ରଖିଥିବାରୁ ୨୩ ରୋଗୀଙ୍କର ଚିକିତ୍ସା ଅଭାବରୁ ମୃତ୍ୟୁ ଘଟିଲାଣି ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking