30.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗକୋରାପୁଟ କୋଟପାଡ ଦୁର୍ଘଟଣା; ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଘୋଷଣା

କୋରାପୁଟ କୋଟପାଡ ଦୁର୍ଘଟଣା; ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର: କୋରାପୁଟ କୋଟପାଡ ଦୁର୍ଘଟଣାରେ ୯ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ପ୍ରତି ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରାଯାଇଛି । ସେହିଭଳି ଗୁରୁତରଙ୍କୁ ୫୦ ହଜାର ଲେଖାଏଁ ମିଳିବ । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ମିଳିବ ବୋଲି ପିଏମଓ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ, କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ମୂର୍ତ୍ତାହାଣ୍ଡି ପଞ୍ଚାୟତର ସିନ୍ଧିଗାଁ ନିକଟରେ ୩୦ରୁ ଊର୍ଦ୍ଧ୍ବ ଜଣ ଗୋଟିଏ ପିକ୍‌ଅପ୍ ଭ୍ୟାନରେ  ଭୋଜିରେ ଯୋଗ ଦେବାକୁ ଆସି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ । ଭାରସାମ୍ୟ ‌ହରାଇ ଗୋଟିଏ ପିକ୍‌ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୯ଜଣଙ୍କ ମୃତ୍ୟୁ ହୋଇଥିଲା । ୧୦ରୁ ଊର୍ଦ୍ଧ୍ବ ଜଣ ଗୁରୁତର ଆହତ ହୋଇଥିଲେ । 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking