21.1 C
Bhubaneswar
Thursday, December 18, 2025
Homeଓଡିଶାକୋରାପୁଟ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି

କୋରାପୁଟ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ସୁନାବେଡ଼ାଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଆଶୁତୋଷ ରଣା , ଦିବ୍ୟରଞ୍ଜନ ପାତ୍ର , ବିକାଶ ପାତ୍ରଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁଇଟି କାର ପରସ୍ପର ସହିତ ଧକ୍କା ହେବା ଫଳରେ ଅତି କମରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ସୁନାବେଡା ଟ୍ରାଫିକ୍ ଛକ ନିକଟରେ ୨୬ ନମ୍ବର ଜାତୀୟ ରାଜପଥରେ ଏହି ଦୁଃଖଦ ଘଟଣା ଘଟିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking