30.1 C
Bhubaneswar
Monday, May 20, 2024
Homeବ୍ରେକୀଙ୍ଗକୋଟିଆ ଶୁଣାଣି କାଲି

କୋଟିଆ ଶୁଣାଣି କାଲି

ଭୁବନେଶ୍ୱର: କୋଟିଆରେ ଆନ୍ଧ୍ର ପ୍ରଦେଶ ପଂଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଓଡିଶାର ଆବେଦନକୁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି । ମାମଲାର ଶୁଣାଣି କରିବାକୁ ଆସନ୍ତାକାଲିକୁ ଦିନ ଧାର୍ଯ୍ୟ କରିଛନ୍ତି । ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନ କରିଥିଲା ଓଡିଶା । ଆନ୍ଧ୍ର ଅଦାଲତ ଆଦେଶ ଅବମାନନା କରୁଥିବା ଦର୍ଶାଇଥିଲା ଓଡିଶା । ଗତକାଲି ‘କୋଟିଆ’ପ୍ରସଙ୍ଗ ନେଇ ହାଇକୋର୍ଟରେ ମାମଲା ଦାୟର ହୋଇଥିଲା । ଏକ ଜନସ୍ୱାର୍ଥ ମାମଲା ଦାୟର କରିଥିଲା ଭାରତୀୟ ବିକାଶ ପରିଷଦ । ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ନେଇ ମାମଲାରେ ଅପିଲ କରାଯାଇଥିଲା । ସୀମା ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଅପିଲ କରାଯାଇଥିଲା । ଆନ୍ଧ୍ର କରୁଥିବା ନିର୍ବାଚନ ବନ୍ଦ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଅପିଲ ହୋଇଥିଲା । ଗୃହ ଓ ରାଜସ୍ୱ ସଚିବ ତଥା ତିନି ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରି ମାମଲା ହୋଇଛି । ସେହିଭଳି ଗତକାଲି କୋରାପୁଟ ଜିଲ୍ଲାର କୋଟିଆରେ ପହଞ୍ଚିଥିଲେ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ । ପଞ୍ଚାୟତ ନିର୍ବାଚନ ସୁରୁଖୁରୁରେ କରିବା ପାଇଁ ଆନ୍ଧ୍ର ଅଧିକାରୀମାନେ ଆଲୋଚନା କରିଥିଲେ । ଭୋଟରଙ୍କ ସହ ପାର୍ବତୀପୁରମ ଉପଜିଲ୍ଲାପାଳ ଓ ତହସିଲଦାରଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking