37.2 C
Bhubaneswar
Friday, April 19, 2024
Homeଓଡିଶାଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ କୃଷ୍ଣ ଜନ୍ମାଷ୍ଟମୀ

ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ କୃଷ୍ଣ ଜନ୍ମାଷ୍ଟମୀ

ଭୁବନେଶ୍ୱର: ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ, କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା ।

ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି । ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking