34.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ନୂଆଖାଇ ପାଇଁ ଧାର୍ଯ୍ୟ ହେବ ଲଗ୍ନ

ଆଜି ନୂଆଖାଇ ପାଇଁ ଧାର୍ଯ୍ୟ ହେବ ଲଗ୍ନ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଆଜି ଧାର୍ଯ୍ୟ ହେବ ଲଗ୍ନ । ଚଳିତ ବର୍ଷ ସେପ୍ଟେମ୍ବର ୧୧ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପଡ଼ୁଛି। ପରମ୍ପରା ଅନୁଯାୟୀ ଜନ୍ମାଷ୍ଟମୀ ପର ଦିନ ନୂଆଖାଇ ଲଗ୍ନ ବାହାରିଥାଏ । ପଶ୍ଚିମ ଓଡ଼ିଶାର ସର୍ବ ପୁରାତନ ବ୍ରହ୍ମପୁରା ମନ୍ଦିରରେ ଲଗ୍ନ ନିର୍ଦ୍ଧାରଣ ହୋଇଥାଏ। ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୈଠକରେ ପଣ୍ଡିତ ଓ ବିଦ୍ୱାନମାନେ ଯୋଗଦେଇ ଲଗ୍ନ ନିର୍ଦ୍ଧାରଣ କରିଥାନ୍ତି ।

ଆଜି ସଂଧ୍ୟ୍ୟା ୫ଟାରେ ଲଗ୍ନ ନିର୍ଦ୍ଧାରଣ ହେବ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମେ ମନ୍ଦିରରେ ଏକ ବୈଠକରେ ଟ୍ରଷ୍ଟ ସଭ୍ୟ, ଜ୍ୟୋତିର୍ବିଦ,ପଣ୍ଡିତ ଓ ବିଦ୍ୱାନମାନେ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ କରିଥାନ୍ତି। ପରେ ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ମାଆ ସମଲେଶ୍ୱେରୀଙ୍କ ଠାରେ ଅର୍ପଣ କରିଥା’ନ୍ତି। ସେହି ଲଗ୍ନ ଓ ସମୟରେ ନୂଆଖାଇ ଦିନ ମାଆଙ୍କଠାରେ ଭୋଗ ଲାଗି ହୋଇଥାଏ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking