ଭୁବନେଶ୍ୱର: ବାତ୍ୟାକୁ ନେଇ ଆସିଲା ବଡ ଅପଡେଟ । ୨୮ ସନ୍ଧ୍ୟା ପରେ ଆନ୍ଧ୍ର କାକିନଡା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’। ଏନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ମଛଲିପଟ୍ଟନମ ଓ କଳିଙ୍ଗପଟେଟନମ ଭିତରେ କାକିନଡାରେ ଲ୍ୟାଣ୍ଡଫଲ କରିବ । ଭୀଷଣ ବାତ୍ୟାର ରୂପ ନେଇ ଅତିକ୍ରମ କରିବ । ଲ୍ୟାଣ୍ଡଫଲ ବେଳେ ପବନର ବେଗ ୯୦ରୁ ୧୦୦ କିମି ରହିବ । ଅନ୍ୟପଟେ ଏବେଠୁ ସମୁଦ୍ର ଅଶାନ୍ତ ହୋଇପଡିଥିବା ନେଇ ସମୁଦ୍ରଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ,ପ୍ରାୟ ୧୫ ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ବିଶେଷ କରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡିପାରେ । ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ ତାହେଲେ ବି ପ୍ରସ୍ତୁତ ।ଏସ୍ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ । ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ । କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ ।










