18.1 C
Bhubaneswar
Saturday, December 20, 2025
Homeଦେଶ ବିଦେଶକେରଳରେ ଭୂସ୍ଖଳନ ଘଟଣା : ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ସହାୟତା ଘୋଷଣା

କେରଳରେ ଭୂସ୍ଖଳନ ଘଟଣା : ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ସହାୟତା ଘୋଷଣା

ନୂଆଦିଲ୍ଲୀ : ମଙ୍ଗଳବାର ଭୋର୍‌ରୁ କେରଳର ୱାୟନାଡରେ ଘଟିଥିବା ଭୂସ୍ଖଳନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ଓ ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହ ମୋର ସମବେଦନା ରହିଛି ଏବଂ ଆହତଙ୍କ ପାଇଁ ପ୍ରାର୍ଥନା କରୁଛି ବୋଲି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୋଦୀ କହିଛନ୍ତି। ସମସ୍ତ କ୍ଷତିଗ୍ରସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପ୍ରଧାନମନ୍ତ୍ରୀ ମୋଦୀ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି ଏବଂ ସେଠାକାର ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ୱାୟନାଡର କିଛି ଅଂଶରେ ଭୂସ୍ଖଳନରେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ।
ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଏହି ଅଭାବନୀୟ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ସେ ସେନାମୁଖ୍ୟ ଉପେନ୍ଦ୍ର ଦ୍ବିବେଦୀଙ୍କ ସହିତ କଥା ହୋଇଛନ୍ତି। ଯଥା ସମ୍ଭବ ସହାୟତା ପ୍ରଦାନ କରିବା ପାଇଁ ସେ ସେନା ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେରଳର ୱାୟନାଡରେ ପ୍ରବଳ ବର୍ଷା ପରେ ଭୂସ୍ଖଳନ ଯୋଗୁଁ ଘଟିଥିବା ଅଘଟଣରେ ମୃତକଙ୍କ ସଂଖ୍ୟା ୪୩କୁ ବୃଦ୍ଧି ପାଇଛି। ଏହି ଅଘଟଣର ଶିକାର ହୋଇଥିବା ୫୦ରୁ ଉର୍ଦ୍ଧ୍ବ ଆହତଙ୍କ ଚିକିତ୍ସା ଜାରି ରହିଛି। ରିପୋର୍ଟ ଲେଖାଯିବା ବେଳକୁ ୬ଜଣଙ୍କ ମୃତଦେହକୁ ମେପ୍ପାଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ୫ଟି ମୃତଦେହକୁ ଏକ ଘରୋଇ ମେଡିକାଲ କଲେଜକୁ ଅଣାଯାଇଛି। ତେବେ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ବେଳେ ଆହତମାନଙ୍କ ଚିକିତ୍ସା ପାଇଁ ଡାକ୍ତରଖାନାଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। ଏହି ଅଘଟଣ ନେଇ କେରଳ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (କେଏସଡିଏମଏ) କହିଛନ୍ତି ଯେ ପ୍ରଭାବିତ ଅଞ୍ଚଳରେ ଅଗ୍ନିଶମ ବାହିନୀ ଏବଂ ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ (ଏନଡିଆରଏଫ) ଟିମ୍ ମୁତୟନ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking