36.1 C
Bhubaneswar
Saturday, May 18, 2024
Homeଓଡିଶା‘ଲକ୍ଷ୍ମୀ’ ବସରେ ଯାତ୍ରୀଙ୍କ ସୁବିଧା ପାଇଁ ‘ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ

‘ଲକ୍ଷ୍ମୀ’ ବସରେ ଯାତ୍ରୀଙ୍କ ସୁବିଧା ପାଇଁ ‘ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ

ଭୁବନେଶ୍ୱର: “ଲକ୍ଷ୍ମୀ ବସରେ ଯାତାୟତ ବେଳେ କ୍ୟାସଲେସ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ‘ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ କରାଯାଇଛି । ଏହାଦ୍ୱାରା ଯାତ୍ରୀମାନେ ସୁବିଧାରେ କ୍ୟୁଆର କୋଡ ସ୍କାନ କରି ଟଙ୍କା ଦେଇପାରିବେ । ଏହି ବ୍ୟବସ୍ଥାର ଶୁଭାରମ୍ଭ କରି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ଓଏସ୍ଆରଟିସିର ଏହି ପଦକ୍ଷେପକୁ ପ୍ରଶଂସା କରିବା ସହ ଓଡ଼ିଶା ସରକାରଙ୍କ ୫ଟି ଉପକ୍ରମ ଆଧାରରେ ବିକଶିତ ଏହି କ୍ୟୁଆର କୋଡର ବ୍ୟବହାର ଯାତ୍ରୀମାନଙ୍କ ଯାତାୟତକୁ ସୁଗମ କରିବ ବୋଲି ପ୍ରକାଶ କରିଥିଲେ । ଏଥିରେ ଡିଜିଟାଲ ପେମେଣ୍ଟକୁ ଗୁରୁତ୍ୱ ଦିଆଯାଇଥିବା ସଂପର୍କରେ ଆଲୋକପାତ କରି ସେ ‘ଲକ୍ଷ୍ମୀ ’ବସରେ କ୍ୟୁଆର କୋଡର ସୁବିଧା କିପରି ଯାତ୍ରୀ ପରିବହନରେ ବୈପ୍ଳବିକ ପରିବର୍ତ୍ତନ ଆଣିବ, ସେ ସଂପର୍କରେ ଆଲୋଚନା କରିଥିଲେ ।

ଓଏସଆରଟିସିରମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦିପ୍ତେଶ ପଟ୍ଟନାୟକ କହିଛନ୍ତି, “ଏହି ବୈଷୟିକ ପ୍ରଗତିକୁ ନେଇ ଆମେ ଅତ୍ୟନ୍ତ ଗର୍ବ ଅନୁଭବ କରୁଛୁ । ‘ଲକ୍ଷ୍ମୀ କ୍ୟୁଆର କୋଡ’ର ଶୁଭାରମ୍ଭ ସାର୍ବଜନୀନ ପରିବହନ ସେବା ପ୍ରତି ଆମର ପ୍ରତିବଦ୍ଧତାକୁ ସୂଚାଉଛି । ଜନସାଧାରଣଙ୍କୁ ସହଜ ଯାତ୍ରା ଅନୁଭୂତି ପାଇଁ ଡିଜିଟାଲ୍ ସମାଧାନ ପଦ୍ଧତି ଗ୍ରହଣ ସହ ଏହା ଓଡ଼ିଶା ସରକାରଙ୍କ ୫ଞ ରୂପାନ୍ତରଣ ଉପକ୍ରମ ସହିତ ସମ୍ପୂର୍ଣ୍ଣ ଭାବେ ଯୋଡିହୋଇଛି ବୋଲି ସେ ପ୍ରକାଶ କରିଥିଲେ । ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର ଏହି ଅଭିନବ ପ୍ରୟାସ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି, “ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଏବଂ ଏଚଡିଏଫସି ମଧ୍ୟରେ ଭାଗିଦାରିତା ଏହି ପେମେଣ୍ଟ ପଦ୍ଧତିକୁ ସଫଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଲକ୍ଷ୍ମୀ କ୍ୟୁଆର କୋଡ୍ ସାହାଯ୍ୟରେ ଲୋକମାନଙ୍କ ପାଇଁ ପେମେଣ୍ଟ ପ୍ରକ୍ରିୟାକୁ ସହଜ କରାଯାଇଛି ଏବଂ ଏହାଦ୍ୱାରା ଯାତାୟତ ଆହୁରି ସରଳ ହେବ।”

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking