24.1 C
Bhubaneswar
Tuesday, January 20, 2026
Homeଓଡିଶାନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ପାଇଁ ଆଇନ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ପାଇଁ ଆଇନ ମନ୍ତ୍ରୀଙ୍କ ନିର୍ଦ୍ଦେଶ

-ଅନଲାଇନରେ ରହିବ ନୋଟାରୀ ଓ ଆଇନଜୀବୀଙ୍କ ସମ୍ପୂର୍ଣ୍ଣ ଡାଟାବେସ
-ନୋଟାରୀମାନେ ନିୟମିତ କାର୍ଯ୍ୟର ବିବରଣୀ ଦାଖଲ କରିବେ

ଭୁବନେଶ୍ୱର: ରାଜ୍ୟରେ ଆଇନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କ୍ରମରେ ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ ପ୍ରସ୍ତୁତ ନେଇ ଆଜି ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୋଟାରୀ ଓ ଆଇନଜୀବୀଙ୍କ ଲାଗି ଏକ ସ୍ୱତନ୍ତ୍ର ୱେବ ପୋର୍ଟାଲ ବିଷୟରେ ଆଲୋଚନା ହୋଇଥିଲା। ଏହି ୱେବ ପୋର୍ଟାଲ ଜରିଆରେ ସବୁ ନୋଟାରୀ ଓ ଆଇନଜୀବୀଙ୍କୁ ପଞ୍ଜିକୃତ କରାଯିବ। ନୂଆ ନିଯୁକ୍ତି ଲାଗି ମଧ୍ୟ ନୋଟାରୀ ମାନେ ଏହି ପୋର୍ଟାଲ ଜରିଆରେ ଦରଖାସ୍ତ କରିପାରିବେ। ପରବର୍ତ୍ତୀ ସମୟରେ ନୋଟାରୀ ମାନେ ନିୟମିତ ନିଜ କାର୍ଯ୍ୟର ବିବରଣୀ ଏହି ପୋର୍ଟାଲ ଜରିଆରେ ଦାଖଲ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା । ଏଥି ସହିତ ସହଜ ବ୍ୟବହାର ଲାଗି ଏକ ମୋବାଇଲ ଆପ ପ୍ରସ୍ତୁତ ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର, ଅରୁଣ କୁମାର ସାହୁ ଏବଂ ଯୁଗ୍ମ ଶାସନ ସଚିବ ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking