26.1 C
Bhubaneswar
Thursday, February 13, 2025
Homeଓଡିଶାଦୀପାଳିଙ୍କୁ ଆଇନ ମନ୍ତ୍ରୀଙ୍କ କଟାକ୍ଷ

ଦୀପାଳିଙ୍କୁ ଆଇନ ମନ୍ତ୍ରୀଙ୍କ କଟାକ୍ଷ

ଭୁବନେଶ୍ୱର : ନବ ଦାସଙ୍କ ହତ୍ୟା ପଛରେ ରାଜନୈତିକ ଷଡ଼ଯନ୍ତ୍ର ରହିଥିବା ଓଡିଶା ବାସୀ ବି କହୁଛନ୍ତି । ସେଥିପାଇଁ ସିବିଆଇ ତଦନ୍ତ ହେବା କଥା ବୋଲି ସନ୍ତୋଷ ସିଂ ସାଲୁଜା କନକ ନ୍ୟୁଜକୁ ପ୍ରତିକ୍ରିୟା ଦେଇ କହିଛନ୍ତି । ତେବେ ସିବିଆଇ ତଦନ୍ତ ହେଲେ ସତ ସାମ୍ନାକୁ ଆସିଯିବ । ବିଳମ୍ବରେ ହେଲେ ବି ନବ ଦାସଙ୍କ ପରିବାରର ଜ୍ଞାନ ଉଦୟ ହେଇଛି । ଗୋପାଳ ନବ ଦାସଙ୍କୁ କାହିଁକି ମାରିଲା ? କଣ ଏମିତି ଶତ୍ରୁତା ଥିଲା? ବୋଲି ସାଲୁଜା ପ୍ରଶ୍ନ କରିଛନ୍ତି । ଅନ୍ୟପଟେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ , ଖାଲି ଗଣମାଧ୍ୟମ ଆଗରେ କହିଦେଲେ ହେବନି । ଯଦି ପୂର୍ବ ସରକାର ତଦନ୍ତରେ ସେମାନେ ସନ୍ତୁଷ୍ଟ ନୁହଁନ୍ତି, ତେବେ ଲିଖିତ ଭାବେ ଜଣାଇଲେ ସରକାର ନିଷ୍ପତ୍ତି ନେବେ । ମୁଖ୍ୟମନ୍ତ୍ରୀ ବିଚାର କରିବେ ସିବିଆଇ ତଦନ୍ତ ହେବ କି ନାହିଁ । ଆମେ ମଧ୍ୟ ପୂର୍ବରୁ ପ୍ରଶ୍ନ ଉଠାଇଥିଲୁ, ଯିଏ ଗୁଳି କଲା ଧରାପଡିଲା କିନ୍ତୁ କାହିଁକି ମାରିଲା ପଚାରିଲେ ପୂର୍ବ ସରକାରଙ୍କ ପାଖରେ ଉତ୍ତର ନଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking