ଭୁବନେଶ୍ୱର: ବନ୍ୟା ଦୁର୍ଗତ ଗଞ୍ଜାମ ଗଜପତି ଓ କନ୍ଧମାଳର ଲୋକ ମାନଙ୍କ ପ୍ରତି ସମବେଦନା ଜଣାଇ ଦୀପାବଳୀ ପାଳନ କରିବେ ନାହିଁ ବୋଲି ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଅର୍ଣ୍ଣବ ବାତ୍ୟା ଜନିତ ବନ୍ୟା ଯୋଗୁଁ ଗଞ୍ଜାମ ଓ ଗଜପତିରେ ନାହିଁ ନ ଥିବା କ୍ଷତି ହୋଇଛି। ଲୋକ ମାନେ ଅକଥନୀୟ ଦୁଃଖରେ ଅଛନ୍ତି।କନ୍ଧମାଳ ରେ ଭୁସଖଳନ ଯୋଗୁଁ ମାଟି ତଳେ ଚାପି ହୋଇଥିବା ନିଖୋଜ ସବୁ ଲୋକଙ୍କୁ ଏ ପର୍ଯ୍ୟନ୍ତ ଉଦ୍ଧାର କରାଯାଇ ପାରିନାହିଁ। ତେଣୁ ଲୋକଙ୍କ ଏ ଦୁଃଖ ସମୟରେ ଦୀପାବଳୀ ପାଳନ କରିବେ ନାହିଁ ବୋଲି ଶ୍ରୀ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ସୂଚନା ଯୋଗ୍ୟ ଯେ ଶ୍ରୀ ପଟ୍ଟନାୟକ ଏଵେ ଗଞ୍ଜାମର ବନ୍ୟା କ୍ଷତି ଗ୍ରସ୍ତ ଅଞ୍ଚଳ ବୁଲି ଦେଖୁଛନ୍ତି।










