28.1 C
Bhubaneswar
Wednesday, June 24, 2026
Homeଓଡିଶାରାଜ୍ୟ କାର୍ଯ୍ୟାଳୟରେ ବିଧାୟକଦଳର ବୈଠକ

ରାଜ୍ୟ କାର୍ଯ୍ୟାଳୟରେ ବିଧାୟକଦଳର ବୈଠକ

ଭୁବନେଶ୍ୱର: ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ଓ ଭତା ବୃଦ୍ଧି ପ୍ରସଙ୍ଗରେ ସଦ୍ୟ ସମାପ୍ତ ୧୭ତମ ବିଧାନସଭା ଅଧିବେଶନରେ ଗତ ଡିସେମ୍ବର ୯ ତାରିଖ ଦିନ ଏକ ବିଧେୟକ ଗୃହୀତ ହୋଇଥିଲା । ଆଜି ଏ ସମ୍ବନ୍ଧରେ ବିଧାୟକମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଲୋକମତକୁ ସମ୍ମାନ ଜଣାଇ ବିଧାୟକମାନଙ୍କ ଦରମା, ଭତା ବୃଦ୍ଧିର ପୁନର୍ବିଚାର କରିବାକୁ ବିଧାୟକମାନେ ଲିଖିତଭାବେ ମୁଖମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ସଂସଦୀୟ ବ୍ୟାପାର ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି ।ଏହି ବୈଠକରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଓ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତିଙ୍କ ସମେତ ଦଳର ସମସ୍ତ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking