29.1 C
Bhubaneswar
Wednesday, June 26, 2024
Homeଓଡିଶାଆଜିଠୁ ଆରମ୍ଭ ବିଧାନସଭା ଅଧିବେଶନ

ଆଜିଠୁ ଆରମ୍ଭ ବିଧାନସଭା ଅଧିବେଶନ

ଭୁବନେଶ୍ୱର : ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ତେବେ ଆଜିଠୁ ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ ଶପଥ ଗ୍ରହଣ କରିବେ । ୨୦ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ଚଳିତ ଥର ବିଧାନସଭାରେ ୮୨ ଜଣ ନୂଆ ବିଧାୟକ ଶପଥ ନେବେ । ତେବେ ତିନିଦିନ ଧରି ଅଧିବେଶନ ହେବ ଏବଂ ସେପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ଆଣ୍ଟି ସାବୋଟେଜ୍ ଓ ଆଣ୍ଟି ଟେରରିଷ୍ଟ ଟିମ୍ ମଧ୍ୟ ମୁତୟନ କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା। ଗତକାଲି ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ। ପୁଲିସ କମିଶନର ସଞ୍ଜୀବ ପଣ୍ଡା ଓ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ଏହି ଯାଞ୍ଚ ସମୟରେ ଉପସ୍ଥିତ ଥିଲେ। ପୁଲିସ କମିଶନର ସୁରକ୍ଷା ଦାୟିତ୍ୱରେ ଥିବାବେଳେ ୭୫ ପୁଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୁଲିସ୍ ନିୟୋଜିତ ହୋଇଛନ୍ତି । ଏନେଇ ପୁଲିସ ଡିଜି ଅରୁଣ ଷଡଙ୍ଗୀ କହିଛନ୍ତି, ବିଧାନସଭାର ସୁରକ୍ଷା ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ବିଧାନସଭା ଭିତରେ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ସ୍ପେଶାଲ ବ୍ରାଞ୍ଚଙ୍କୁ ମୁତୟନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking