20.1 C
Bhubaneswar
Wednesday, December 25, 2024
Homeଦୀପାବଳୀ/କାଳୀପୂଜା-୨୦୨୩ଆସନ୍ତୁ ଜାଣିବା କଣ ରହିଛି ଦୀପାବଳି ପର୍ବ ପଛର ପୈାରାଣିକ ତଥ୍ୟା

ଆସନ୍ତୁ ଜାଣିବା କଣ ରହିଛି ଦୀପାବଳି ପର୍ବ ପଛର ପୈାରାଣିକ ତଥ୍ୟା

ଭୁବନଶ୍ୱର : ପୈାରାଣିକ ତଥ୍ୟାନୁସାରେ ଦ୍ୱାପରଯୁଗରେ ଶ୍ରୀକୃଷ୍ଣ ରାକ୍ଷସ ନରକାସୁରକୁ ମାରି ଚଉଷଠି ସହସ୍ର ରାଜକନ୍ୟାଙ୍କୁ ଉଦ୍ଧାରକଲା ପରେ ଇନ୍ଦ୍ରମାତାଙ୍କୁ ନରକାଦ୍ୱାରା ଅପହୃତ ମଣିକୁଣ୍ଡଳକୁ ଫେରାଇବାକୁ ସତ୍ୟଭାମାଙ୍କୁ ନେଇ ସ୍ୱର୍ଗକୁ ଯାଇଥିଲେ । ସତ୍ୟଭାମାଙ୍କ ଅନୁରୋଧରେ ପାରିଜାତ ବୃକ୍ଷର ଚାରା ଆଣିବାକୁ ଯାଇ ଇନ୍ଦ୍ର ଓ ଦେବତାମାନେ ବାଧାଦେବାରୁ ଏକାକି ଶ୍ରୀକୃଷ୍ଣ ସମସ୍ତଙ୍କୁ ପରାସ୍ତ କରି ପାରିଜାତ ବୃକ୍ଷ ସହ ବହୁ ଧନରତ୍ନ ଧରି ଏହି ଦିବସରେ ଦ୍ୱାରକା ଫେରିଥିଲେ । ତେଣୁ ଦ୍ୱାରକାବାସୀ ପ୍ରଭୁଙ୍କୁ ସ୍ୱାଗତ ଜଣାଇ ସମଗ୍ରନଗରୀକୁ ଦୀପ ଆଲୋକରେ ଆଲୋକିତ କରି ବିଜୟ ଉତ୍ସବ ପାଳନ କରିଥିଲେ । ଅପରପକ୍ଷେ ଋକ୍ ବେଦରୁ ସୂଚନା ମିଳେ ଯେ, ପୃଥିବୀ ଏକଦା ଘୋର ଅନ୍ଧକାର ଭିତରେ ବୁଡି ରହିଥିଲା । କାଳ କ୍ରମେ ସୂର୍ଯ୍ୟଙ୍କର କିରଣ ପାଇ ପୃଥିବୀ ଦିନେ ଆଲୋକିତ ହେଲା । ଏହାକୁ ମନେ ରଖିବା ପାଇଁ ଦୀପାବଳି ଉତ୍ସବ ପାଳନ ହେଉଛି । ଜୈନ ଧର୍ମରେ ଦୀକ୍ଷିତ ବ୍ୟକ୍ତିମାନେ ୨୪ତୀର୍ଥଙ୍କର ମହାବୀରଙ୍କର ନିର୍ବାଣ ଦିବସ ରୂପେ ଏହି ଦିବସକୁ ପାଳନ କରିଥା’ନ୍ତି । ଏ ସମ୍ପର୍କରେ ଗୋଟିଏ କାହାଣୀ ରହିଛି । ମହାବୀରଙ୍କର ଯେତେବେଳେ ମହାପ୍ରୟାଣ ଘଟିଲା, ସେତେବେଳେ ତାଙ୍କ ପାଖରେ ବହୁ ଜୈନ ଧର୍ମାବଲମ୍ବୀ ସନ୍ନ୍ୟାସୀ ଭକ୍ତ ଉପସ୍ଥିତ ଥିଲେ । ମହାପ୍ରୟାଣ ପରେ ଏ ପୃଥିବୀ ପାଇଁ କି’ଏ ଆଉ ଜ୍ଞାନାଲୋକ ଦେବେ, ଏହା ହିଁ ସେମାନେ ଚିନ୍ତାକଲେ । ଶେଷରେ ସେମାନେ ଏକତ୍ରିତ ହୋଇ ଦୀପାବଳି ଦିନ ମଶାଲ ଜଳାଇ ଦିବ୍ୟଜ୍ଞାନ ସନ୍ଧାନରେ ଯାଇଥିଲେ । ସେବେ ଠାରୁ ଦୀପାବଳି ଦିନ ଆଲୋକ ଜଳେଇବାର ପ୍ରଥା ଚାଲିଆସୁଛି । ଖ୍ରୀଷ୍ଟପୂର୍ବ ୫୨୭ରେ ମହାବୀରଙ୍କୁ ଏହି ଦିନରେ ନିର୍ବାଣ ପ୍ରାପ୍ତି ହୋଇଥିଲା । ସେହିଦିନକୁ ସ୍ମରଣ ରଖିବା ପାଇଁ ଜୈନମାନେ ଦୀପାବଳି ପାଳନ କରନ୍ତି । ଜୈନ ବ୍ୟବସାୟୀମାନେ ହିସାବ ଖାତା ଏବଂ ମୁଦ୍ରା ପୂଜା କରନ୍ତି । ସେହିବର୍ଷ ପାଇଁ ହିସାବଖାତା ବନ୍ଦ କରାଯାଏ । ପରବର୍ତ୍ତୀ ଆଠଦିନ କୌଣସି ବ୍ୟବସାୟ କରନ୍ତି ନାହିଁ । ସେମାନେ ଉପବାସ କରନ୍ତି; ଜପତପ କରନ୍ତି । ନବମଦିନରେ ଜୈନ ନବବର୍ଷ ପାଳିତ ହୁଏ ।ଇତିହାସରୁ ଜଣାଯାଏ ଏକଦଶଦର୍ଶି ମୋଗଲ ସମ୍ରାଟ ଔରଙ୍ଗଦେବଙ୍କ ଦ୍ୱାରା ଶିଖ‌ ଧର୍ମର ଷଷ୍ଠ ଗୁରୁ ହରଗୋବିନ୍ଦ ସିଂହ ବନ୍ଦୀହୋଇ କାରାକୋଠରୀରେ ଆବଦ୍ଧ ହୋଇଥିଲେ । ଅଗଣିତ ଶିଖ ଧର୍ମାବଲମ୍ବୀଙ୍କ ଦୃଢ ବିରୋଧ ଯୋଗୁଁ ଶେଷରେ ତାଙ୍କୁ କାରାମୁକ୍ତ କରାଗଲା । ତାଙ୍କୁ ସ୍ୱାଗତ କରିବା ନିମନ୍ତେ ସେତେବେଳେ ସ୍ୱର୍ଣ୍ଣ ମନ୍ଦିରକୁ ଦୀପରେ ସଜାଯାଇଥିଲା । ସେ ଏହି ଦୀପାବଳିଦିନ କାରାମୁକ୍ତ ହୋଇ ଥିବାରୁ, ଏହି ଦିନଟିକୁ ଅନ୍ଧାରରୁ ଆଲୋକସନ୍ଧାନ ପ୍ରାପ୍ତିର ଦିବସ ରୂପେ ଶିଖ ସମ୍ପ୍ରଦାୟ ପାଳନ କରି ଆସୁଛନ୍ତି । ଐତିହାସିକ ଆବୁଲ ଫଜୀଲ ତାଙ୍କର ଆଇନ ଆକବରୀରେ ମୋଗଲ ଶାସନକାଳୀନ ବଣିକ, ଆଲୋକ ଜ୍ଜଳନ୍ତ ଓ ଅକ୍ଷକ୍ରୀଡା ନାମକ ଦୀପାବଳି ଆଧାରିତ ମନୋଜ୍ଞ ଉପକଥାର ଉଲ୍ଲେଖ କରିଛନ୍ତି । ଆଲବରୁଣୀରେ ମୋଗଲ ସମ୍ରାଟଙ୍କ ଲମ୍ବା ବାଉଁଶ ପୋତି ତା’ର ଅଗରେ ଶିକାରେ ଆକାଶ ପ୍ରଦୀପ ଜାଳିବା କଥା ବରୋଦା ସଂଗ୍ରହାଳୟରେ ରଖାଯାଇଥିବା ପ୍ରାଚୀନ ଆକାଶପ୍ରଦୀପ ଅତୀତରେ ଦୀପାବଳି ପାଳନ କରାଯାଉଥିବାର ପ୍ରମାଣ ଦିଏ । ଚାଣକ୍ୟ ଓ ଚୋଳବଂଶକାଳୀନ ଉତ୍ସବ ପରମ୍ପରାରେ ଦୀପାବଳି ପାଳନ ହେଉଥିବାର କନୌଜବଂଶୀୟ ରାଜା ହର୍ଷବର୍ଦ୍ଧନଙ୍କ କାଳଜୟୀ ଅମରକୃତି ନାଟକ ନାଗାନନ୍ଦରୁ ସ୍ପଷ୍ଟ ହୁଏ । ଗୁପ୍ତବଂଶୀୟ ସମ୍ରାଟ ଦ୍ୱିତୀୟ ଚନ୍ଦ୍ରଗୁପ୍ତ ବିକ୍ରମାଦିତ୍ୟ ଦୀପାବଳି ତିଥିରେ ସିଂହାସନ ଆରୋହଣ କରିଥିବାରୁ ତା’ର ସ୍ମାରକୀ ରୂପେ ସେହି ଦିନଠାରୁ ଗୁପ୍ତାଦ୍ଧର ପ୍ରଚଳନ ହୋଇଥିଲା । ଦୀପାବଳି ପର୍ବ କେବଳ ଭାରତରେ ନୁହେଁ ନେପାଳ, ଶ୍ରୀଲଙ୍କା, ମିଆଁମାର, ମରିସସ, ଗୁଏନା, ତ୍ରିନିଦାଦ ଓ ଟବାଗୋ, ସୁରିନେମ, ମାଲେସିଆ, ସିଙ୍ଗାପୁର, ଓ ଫିଜିରେ ମହାଯାକଯମକ ସହକାରେ ପାଳନ କରାଯାଇ ଆସୁଛି । ଯାହା ଫଳରେ ଏହା ହିନ୍ଦୁମାନଙ୍କ ଗଭୀର ଧର୍ମ ବିଶ୍ଵାସକୁ ଜାଗ୍ରତ କରି ରଖିଛି |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking