26.1 C
Bhubaneswar
Friday, March 29, 2024
Homeଓଡିଶାଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି

ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର : ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି । ରାଜ୍ୟରେ ଲଘୁଚାପ ହେତୁ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଚିଠିରେ ଜିଲ୍ଲପାଳଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷା ସହ ରାଜ୍ୟରେ ୪୫ ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତେଣୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଆଜି ସକାଳ ସାଢେ ୫ଟାରେ ଅବପାତର ରୂପ ନେଇଛି ବୋଲି ଭୁବନେଶ୍ୱରସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ୧୨ ତାରିଖରେ ପଶ୍ଚିମ ଉତ୍ତର ପଶ୍ଚିମକୁ ଗତିକରି ଆନ୍ଧ୍ର ଉପକୂଳ ଛୁଇଁବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆଜିଠାରୁ ୧୩ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସମୟରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବା ସହ ମଝିରେ ମଝିରେ ୬୫ କିଲୋମିଟର ବେଗରେ ପବନ ବୋହିପାରେ । ୧୧ରୁ ୧୩ ତାରିଖ ଯାଏଁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆଜି ଓ ଆସନ୍ତାକାଲି ପାଇଁ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking