30.1 C
Bhubaneswar
Saturday, June 29, 2024
Homeଓଡିଶାଡ୍ରାଇଭର ଆନ୍ଦୋଳନ; ୩ ମାସ ସମୟ ଦିଅ, ଦାବି ସମାଧାନ କରିବୁ: ମୁଖ୍ୟ ଶାସନ ସଚିବ

ଡ୍ରାଇଭର ଆନ୍ଦୋଳନ; ୩ ମାସ ସମୟ ଦିଅ, ଦାବି ସମାଧାନ କରିବୁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଆସନ୍ତା ୩ ମାସ ମଧ୍ୟରେ ଡ୍ରାଇଭର ଏକତା ମହାସଂଘର ଦାବିଗୁଡିକୁ ସମାଧାନ କରାଯିବ ବୋଲି ଆଜି ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ କୁହାଯାଇଛି । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ ଏନେଇ ଡ୍ରାଇଭର ଏକତା ମହାସଂଘର ଆବାହକଙ୍କୁ ଚିଠି ଲେଖି ସୂଚନା ଦିଆଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଡ୍ରାଇଭର ଏକତା ମହାସଂଘର ବରିଷ୍ଠ ଅଧିକାରୀ ଓ ସଦସ୍ୟଙ୍କ ଉପସ୍ଥିତିରେ ଆଜି ସନ୍ଧ୍ୟାରେ ସଚିବାଳୟ ସମ୍ମିଳନୀ କକ୍ଷରେ ବୈଠକ ଅନୁଷ୍ଠିତ ହୋଇଥିଲା । ଆଉ ଆସନ୍ତା ୩ ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବ ବୋଲି ବୈଠକରେ ସମ୍ମତି ପ୍ରକାଶ ପାଇଛି। ତେବେ ଡ୍ରାଇଭରଙ୍କ ଆନ୍ଦୋଳନ ଜାରି ରହିବ ନା ପ୍ରତ୍ୟାହାର ହେବ ତାହା ଦେଖିବାକୁ ବାକି ରହିଲା ।

୧୦ ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଆଜି ଦ୍ଵିତୀୟ ଦିନରେ ପହଂଚିଛି । ବ୍ଲକ୍‌, ପଞ୍ଚାୟତଠାରୁ ଆରମ୍ଭ କରି ରାଜରାସ୍ତା ଯାଏ, ସବୁଠି ଡ୍ରାଇଭରମାନେ ଏକାଠି ହୋଇ ପ୍ରତିବାଦ ଚଳାଇଛନ୍ତି। ଅଧିକାଂଶ ସ୍ଥାନରେ ଚାଳକମାନେ ଶୋଭାଯାତ୍ରା କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଆଉ ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ପ୍ରଭାବିତ ହୋଇଥିବାବେଳେ କିଛି ସ୍ଥାନରେ ପୁଲିସ-ଡ୍ରାଇଭର ମଧ୍ୟ ମୁହାଁମୁହିଁ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking