26.1 C
Bhubaneswar
Tuesday, September 17, 2024
Homeଓଡିଶା୨୪ ଘଣ୍ଟାରେ ଲଘୁଚାପ: ବାତ୍ୟା ହେବା ନେଇ ଚର୍ଚ୍ଚା

୨୪ ଘଣ୍ଟାରେ ଲଘୁଚାପ: ବାତ୍ୟା ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ଭାରତ ମହାସାଗର-ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏହି ଲଘୁଚାପ ବଳୟ । ତେବେ ଲଘୁଚାପ ବାତ୍ୟାର ରୂପ ନେବ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କିତ କୌଣସି ଆକଳନ କରାଯାଇନଥିବା କହିଛନ୍ତି ଆଇଏମ୍‌ଡି ଡିଜି ମୃତୁଞ୍ଜୟ ମହାପାତ୍ର । ତେବେ ଲଘୁଚାପ ବଳୟ ସୃଷ୍ଟି ହେଉଥିବା ନେଇ ପାଣିପାଗ ବିଗା ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ସୂଚନା ଯୋଗ୍ୟ ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆକଳନ କରାଯାଇଥିଲା। ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ। ଏହା କେତେ ଘନୀଭୂତ ହେବ, ବାତ୍ୟା ରୂପ ନେବ କି ନାହିଁ, ସେ ନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନଥିଲା । ତେବେ ପରିବେଶ ଅନୁକୂଳ ଥିବାରୁ ଏହା ବାତ୍ୟା ରୂପ ନେଇପାରେ ବୋଲି କୁହାଯାଉଥିଲା । ଅନ୍ୟପକ୍ଷେ ଲଘୁଚାପଟି ବାରମ୍ବାର ଦିଗ ପରିବର୍ତ୍ତନ କରିବାର ସମ୍ଭାବନା ଥିବାରୁ ଏହା ଭାରତ କିମ୍ବା ଓଡ଼ିଶା ସ୍ପର୍ଶ କରିବ କି ନାହିଁ, ତାହା ଏବେଠାରୁ ଆକଳନ କରିବା କଷ୍ଟକର। ବିଗତ ବର୍ଷମାନଙ୍କରେ ମଧ୍ୟ ମାର୍ଚ୍ଚରେ ସୃଷ୍ଟ କୌଣସି ଘୂର୍ଣ୍ଣିଝଡ଼ ଭାରତ କିମ୍ବା ଓଡ଼ିଶା ସ୍ପର୍ଶ କରିନାହିଁ। କିନ୍ତୁ ଜଳବାୟୁ ପରିବର୍ତ୍ତନରେ ଏହି ସାମ୍ଭାବ୍ୟ ଘୂର୍ଣ୍ଣିଝଡ଼ ଭାରତ ଉପକୂଳ ଛୁଇଁବାର ସମ୍ଭାବନାକୁ ଏଡ଼ାଇ ହେବ ନାହିଁ ବୋଲି କହିଛନ୍ତି ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking