ଭୁବନେଶ୍ୱର: ଆଜି କଳାହାଣ୍ଡି, କନ୍ଧମାଳ , ରାୟଗଡା , ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ସମ୍ଭାବନା ରହିଛି । ଏହା ସହ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ଥିବାରୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିିଛି ପାଣିପାଗ ବିଭାଗ । ଆସନ୍ତାକାଲି କାଳବୈଶାଖୀ ଧୀରେ ଧୀରେ ବଢିବ । ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତାକାଲି କାଳବୈଶାଖୀ ଧୀରେ ଧୀରେ ବଢିବ । ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତାକାଲି ମଧ୍ୟ ପବନର ବେଗ ୩୦ରୁ ୪୦ କିଲୋମିଟର ରହିପାରେ । ୬ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଗଞ୍ଜାମ, ଗଜପତି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋେଇପାରେ । ପବନର ବେଗ ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିପାରେ ।










