31.1 C
Bhubaneswar
Sunday, May 19, 2024
Homeଓଡିଶାବାତ୍ୟା ରୂପ ନେବ ଲଘୁଚାପ ! : ଆନ୍ଧ୍ରକୁ ମୁହାଁଇପାରେ, ଓଡ଼ିଶାରେ କେବଳ ବର୍ଷା ସମ୍ଭାବନା

ବାତ୍ୟା ରୂପ ନେବ ଲଘୁଚାପ ! : ଆନ୍ଧ୍ରକୁ ମୁହାଁଇପାରେ, ଓଡ଼ିଶାରେ କେବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନସାଗର ଏବଂ ଆଖପାଖ ଅଞ୍ଚଳରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ମେ’ ୪ ତାରିଖ ବେଳକୁ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ସେପଟେ ଏହି ଲଘୁଚାପ ବତ୍ୟାରେ ପରିଣତ ହେଇପାରେ । ଭୀଷଣ ବାତ୍ୟାରେ ରୂପ ନେବା ପରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିପାରେ ବୋଲି ଆକଳନ କରାଯାଉଛି ।

ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ମେ’ ୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୫ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଣ୍ଡାମାନର ଦକ୍ଷିଣରେ ଏକ ଲଘୁଚାପରେ ପରିଣତ ହେବ । ଉଭୟ ସମୁଦ୍ର ଓ ବାୟୁମଣ୍ଡଳର ପରିସ୍ଥିତି ଅଧିକ ଘନୀଭୂତ ପାଇଁ ଅନୁକୂଳ ରହିଛି । ଫଳରେ ମେ’ ୬ରେ ଅବପାତ, ୭ରେ ବାତ୍ୟା ଓ ୮ରେ ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ।

ମେ’ ୬ରେ ଗତିପଥ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶ ଦକ୍ଷିଣ ଉପକୂଳ ଆଡ଼କୁ ମୁହାଁଇବ । ଯଦି ଏହା ହୁଏ, ୮ ତାରିଖ ରାତିରୁ ଉପକୂଳ ଓଡ଼ିଶାର ପାଗରେ ପରିବର୍ତ୍ତନ ସହିତ କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇପାରେ । ୧୦ ତାରିଖରେ ଆନ୍ଧ୍ର ଉପକୂଳରେ ଛୁଇଁପାରେ । ଏହି ପ୍ରାଥମିକ ଆକଳନରେ ପରିବର୍ତ୍ତନ ହୋଇପାରେ । ତେବେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଅଧିକ ତଥ୍ୟ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking