25.8 C
Bhubaneswar
Saturday, July 27, 2024
Homeବ୍ରେକୀଙ୍ଗଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ବର: ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁମାନେ ଜାଗର ଜାଳିବା ନେଇ କୁହାଯାଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ।  ସେପଟେ ମହାଦୀପ ଉଠିବା ପରେ ମନ୍ଦିର ବାହାରେ ଥିବା ଭକ୍ତଙ୍କୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନକୁ ବାରଣ କରାଯାଇଛି । ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଭୁବନେଶ୍ବର ଡିସିପି ଓ ଏଡିଏମ୍ ଏହି ସୂଚନା ଦେଇଛନ୍ତି । ଜାଗର ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରର ୩ ସେବାୟତ ନିଯୋଗଙ୍କ ସହ ପୋଲିସ ପ୍ରଶାସନର ବୈଠକ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍ କଟକଣା ସହ ଶାନ୍ତି ଶୃଙ୍ଖଳାରେ ଭକ୍ତ କିଭଳି ଦର୍ଶନ କରିବେ ସେ ନେଇ ବୈଠକରେ ବ୍ୟାପକ ଆଲୋଚନା ହୋଇଛି । ପୋଲିସ ଫୋର୍ସ ମୁତୟନ ସାଙ୍ଗକୁ ଟ୍ରାଫିକ୍ ବ୍ୟବସ୍ଥା ନେଇ ଆଲୋଚନା ମଧ୍ୟ ହୋଇଛି । ବର୍ତମାନ କୋଭିଡ ମହାମାରୀ ଗ୍ରାଫରେ କିଛି ମାସ ଧରି ନିମ୍ନ ରହିଥିବା ବେଳେ ଏବେ ଏହା ପୁଣି ବଢୁଛି । ବିଶେଷ ଭାବରେ ବାହାର ରାଜ୍ୟରେ କରୋନାର ପରିବର୍ତ୍ତିତ ରୂପ ଚିନ୍ତାର କାରଣ ପାଲଟିଛି । ଅନ୍ୟପଟେ ଆଗକୁ ମହାଶିବରାତ୍ରି ରହିଥିବାରୁ ଶ୍ରଦ୍ଧାଳୁଙ୍କ ସମାଗମ କୁ ଦୃଷ୍ଟିରେ ରେ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ସୂଚନା ମିଳିଛି । 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking