23.1 C
Bhubaneswar
Monday, February 2, 2026
Homeଓଡିଶାଭୁବନେଶ୍ୱର ନୂଆ ରେଳପଥ ପାଇଁ ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ

ଭୁବନେଶ୍ୱର ନୂଆ ରେଳପଥ ପାଇଁ ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ

ଭୁବନେଶ୍ଵର: ବହୁ ପ୍ରତିକ୍ଷିତ କୋଣାର୍କ – ଭୁବନେଶ୍ୱର ରେଳପଥକୁ ନିକଟରେ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁର ମିଳିଛି । ଏହି ଉପଲବ୍ଧି ପାଇଁ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଚିଠି ମାଧ୍ୟମରେ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବକୁ ଧନ୍ୟବାଦ ଜ୍ଞାପନ କରିବା ସହିତ ଏହି ରେଳ ପଥକୁ ନିମାପଡା ଓ ଗୋପ ଦ୍ଵାରା ସଂଯୁକ୍ତ କରିବା ପାଇଁ ଅନୁରୋଧ କରିଥିଲେ । ଏହା ଦ୍ୱାରା ନିମାପଡା ଓ ଗୋପ ଅଞ୍ଚଳରେ ପର୍ଯ୍ୟଟନସ୍ଥଳୀର ବିକାଶ ହେବା ସହ ଆଞ୍ଚଳିକ ପରିବହନ ଓ ଯୋଗାଯୋଗ ମଧ୍ୟ ସୁଗମ ହୋଇପାରିବ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଚିଠିରେ ଉଲ୍ଲେଖ କରିଥିଲେ।ଏହି ଚିଠିର ଉତ୍ତର ଦେଇ ରେଳ ମନ୍ତ୍ରାଳୟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ କୋଣାର୍କ ଭୁବନେଶ୍ୱର ରେଳପଥର ଡିଟେଲଡ଼ ପ୍ରୋଜେକ୍ଟ ରିପୋର୍ଟ ପାଇଁ ଗୋପ ଓ ନିମାପଡାରେ ଫାଇନାଲ ଲୋକେଶନ ସର୍ଭେ ପାଇଁ ମଞ୍ଜୁରୀ ଦେଇଛନ୍ତି ।ଏହି ମଞ୍ଜୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା, କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଙ୍କୁ ଅନେକ ଅନେକ କୃତଜ୍ଞତା ଜ୍ଞାପନ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking