29.1 C
Bhubaneswar
Thursday, September 17, 2026
Homeଓଡିଶାଲୋକସେବା ଭବନ ପରିସର ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷିତ

ଲୋକସେବା ଭବନ ପରିସର ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷିତ

ଭୁବନେଶ୍ୱର: ଜନସ୍ୱାସ୍ଥ୍ୟର ସୁରକ୍ଷା, ସ୍ୱଚ୍ଛ ଓ ସୁସ୍ଥ ପରିବେଶ ସୃଷ୍ଟି ତଥା ତମାଖୁ ବ୍ୟବହାରର କୁପ୍ରଭାବରୁ କର୍ମଚାରୀ ଓ ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ନୋଟିଫିକେସନ୍‌ ଜାରି କରାଯାଇଛି। ତମାଖୁ ବ୍ୟବହାର କ୍ୟାନ୍‌ସର, ହୃଦ୍‌ରୋଗ ଓ ଫୁସଫୁସଜନିତ ରୋଗ ସମେତ ବିଭିନ୍ନ ଅଣସଂକ୍ରାମକ ରୋଗର ଏକ ପ୍ରମୁଖ କାରଣ । ତମାଖୁ ବ୍ୟବହାର ଯୋଗୁଁ ଦେଶରେ ପ୍ରତିବର୍ଷ ପ୍ରାୟ ୧୩ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଥିବା ନୋଟିଫିକେସନ୍‌ରେ ଉଲ୍ଲେଖ କରାଯାଇଛି। ଏହି ଅବସରରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି, “ସ୍ୱଚ୍ଛ ଭାରତ, ସ୍ୱସ୍ଥ ଭାରତ ଏବଂ ‘ନିଶାମୁକ୍ତ ଭାରତ ଅଭିଯାନ’ର ଲକ୍ଷ୍ୟକୁ ସୁଦୃଢ଼ କରିବା ସହ ଲୋକସେବା ଭବନକୁ ଏକ ସ୍ୱଚ୍ଛ, ସୁସ୍ଥ ଓ ତମାଖୁମୁକ୍ତ କାର୍ଯ୍ୟସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ଏହି ପଦକ୍ଷେପ ନିଆଯାଇଛି । ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ତମାଖୁ ସେବନ ବିରୋଧୀ ଅଭିଯାନକୁ ଆହୁରି ସୁଦୃଢ଼ କରାଯାଉଛି। ଆମ ଆଗାମୀ ପିଢ଼ିକୁ ଏକ ସୁସ୍ଥ ଜୀବନ ଓ ସଠିକ୍‌ ବାର୍ତ୍ତା ଦେବା ପାଇଁ ଆମେ ସର୍ବଦା ତତ୍ପର ଅଛୁ। ତମାଖୁ ବ୍ୟବହାରରୁ ସମ୍ପୂର୍ଣ୍ଣ ବିରତି ପାଇଁ ଆଗାମୀ ଦିନରେ ମଧ୍ୟ ଆମର ପ୍ରୟାସ ଜାରି ରହିବ।” ନୋଟିଫିକେସନ୍‌ ଅନୁଯାୟୀ, ଲୋକସେବା ଭବନ ପରିସରରେ ଧୂମପାନ, ତମାଖୁ ସେବନ ଏବଂ ତମାଖୁ ଛେପ ପକାଇବା ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହି ନିୟମର ଉଲ୍ଲଂଘନକୁ ଆଇନ ଅନୁଯାୟୀ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking