38.1 C
Bhubaneswar
Tuesday, April 23, 2024
Homeଓଡିଶାବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ । ରାଜ୍ୟ ସରକାର ତାଙ୍କ କାମ ସାରିନଥିବାରୁ ବିଳମ୍ବ ହୋଇପାରେ ବୋଲି କହିଛନ୍ତି ସଚିବ । ରାଜ୍ୟରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୧୦ରେ ସରିବ । ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ସରିବା କଥା । ଏ ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଚିଠି କରାଯାଇଥିଲା । ହେଲେ ଏହି କାମ ସରି ନାହିଁ । ତେଣୁ ଏ ଦୁଇଟି କାର୍ଯ୍ୟ ସରିଲେ କମିଶନ ନିର୍ବାଚନ ପାଇଁ ପଦକ୍ଷେପ ନେବେ । ଏଯାଏ ସୀମା ପୁନଃ ନିର୍ଦ୍ଧାରଣ, ସଂରକ୍ଷଣ କାର୍ଯ୍ୟ କରାଯାଇନାହିଁ । ସେ ଦୃଷ୍ଟିରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ସମ୍ଭାବନା ଅଛି ବୋଲି ସେ କହିଛନ୍ତି ।

ସୂଚନାଥାଉ କି, ଏସବୁ କାମ ସାରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ବାରମ୍ବାର ଚିଠି ଦେଖିବା ସତ୍ତ୍ୱେ ରାଜ୍ୟ ସରକାର ଚୁପ ବସିଛନ୍ତି । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଜାନୁଆରୀ ମାସରେ ୨ ଥର ପଞ୍ଚାୟତ ରାଜ ବିଭାଗକୁ ଚିଠି ଲେଖିଥିଲେ । ପରେ ମାର୍ଚ୍ଚ ୧୦ ତାରିଖରେ ଆଉ ଥରେ ବିଭାଗକୁ ଚିଠି ଲେଖିଥିଲେ । ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ଆସନ ସରଂକ୍ଷଣ ପକ୍ରିୟା ଏପ୍ରିଲ ୩୦ ସୁଦ୍ଧା ସାରିବାକୁ ଏହି ଚିଠିରେ କୁହାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking