ଭୁବନେଶ୍ୱର : ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ବୈଠକ ପରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଉଭୟ ଯାତ୍ରା ଓ ସମନ୍ୱୟ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ବୋଲି କହିଲେ । ଆଗକୁ ନୀତିକାନ୍ତି ନେଇ ସେବାୟତ ଓ ପରିଚାଳନା କମିଟି ସହ ବୈଠକ ହେବ । ଚାରି ଦ୍ୱାର ଖୋଲିବାକୁ ପରେ ଭିଡକୁ ନେଇ ମଧ୍ୟ ରଖିଲେ ପ୍ରତିକ୍ରିୟା । ଛୁଟି ଦିନ ଥିବାରୁ ଭକ୍ତଙ୍କ ଭିଡ ଥିଲା, ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇନି । ଆଗକୁ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି । ସମସ୍ତଙ୍କର ସହେଯାଗ ରହିଲେ ଦର୍ଶନ ବ୍ୟବସ୍ଥିତ ହେବ ବୋଲି କହିଲେ ।