26.1 C
Bhubaneswar
Saturday, May 2, 2026
Homeଓଡିଶାଶରଧାବାଲିରେ ପହଞ୍ଚିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ

ଶରଧାବାଲିରେ ପହଞ୍ଚିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ

ପୁରୀ : ଶରଧାବାଲିରେ ପହଞ୍ଚିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ସେବାୟତମାନେ ରଥକୁ ଟାଣି ଟାଣି ଆଣି ଶରଧାବାଲିରେ ପହଞ୍ଚାଇ ଦେଇଛନ୍ତି । ତେବେ ଏବେ ପଛେ ପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ । ଆଉ ଶେଷରେ ଆସୁଛି ମହାପ୍ରଭୁ କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥ । ତେବେ ଆଜି ପ୍ରଥମେ ଭକ୍ତମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥକୁ ଟାଣିଥିଲେ । ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥିଲା ।ସୂଚନାଯୋଗ୍ୟ, ଗତକାଲି ଦୁଇ ଘଣ୍ଟା ଆଗରୁ ପହଣ୍ଡି ଓ ଅନ୍ୟାନ୍ୟ ନୀତି ବି ଶେଷ ହୋଇ ସାରିଥିଲା। ଏଣୁ ଚତୁର୍ଦ୍ଧା ବିଗ୍ରହ ରଥାରୂଢ଼ ହେବା ପରେ ସଅଳ ରଥଟଣା ହେବ ବୋଲି ଆଶା କରାଯାଉଥିଲା। କିନ୍ତୁ ସଅଳ ନୀତିକାନ୍ତି ହୋଇଥିଲେ ବି ରଥଟଣାରେ ବିଳମ୍ବ ହୋଇଥିଲା। ଯେଉଁଥିପାଇଁ ତିନି ରଥ ଅଳ୍ପ ବାଟ ଗଡ଼ି ଅଟକିଛନ୍ତି। ଗତକାଲି ପବିତ୍ର ଘୋଷଯାତ୍ରାରେ ଲୋକାରଣ୍ୟ ହୋଇଥିଲା ସମ୍ପୂର୍ଣ୍ଣ ବଡ଼ଦାଣ୍ଡ। ୧୦ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବଡ଼ଦାଣ୍ଡରେ ରଥାରୂଢ଼ ମହାପ୍ରଭୁଙ୍କ ଦର୍ଶନ କରିବା ଓ ରଥ ଟାଣିବାର ସୌଭାଗ୍ୟ ଅର୍ଜିଥିଲେ। ପୂର୍ବାହ୍ଣ ୧୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ଣ ୨ଟା ୨୦ରେ ଶେଷ ହୋଇଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking