27.1 C
Bhubaneswar
Friday, May 10, 2024
Homeଖ୍ରୀଷ୍ଟମାସ୍‌-୨୦୨୩ଶାନ୍ତି, ଐକ୍ୟ ଓ ପ୍ରେମର ବାର୍ତ୍ତା ନେଇ ଧରାପୃଷ୍ଠରେ ଅବତରଣ କଲେ ପ୍ରଭୁ ଯୀଶୁ

ଶାନ୍ତି, ଐକ୍ୟ ଓ ପ୍ରେମର ବାର୍ତ୍ତା ନେଇ ଧରାପୃଷ୍ଠରେ ଅବତରଣ କଲେ ପ୍ରଭୁ ଯୀଶୁ

ଭୁବନେଶ୍ୱର : ଡିସେମ୍ବର ୨୫ ତାରିଖକୁ ସାରା ବିଶ୍ୱ ଖ୍ରୀଷ୍ଟମାସ ବା ବଡ଼ଦିନ ଭାବେ ପାଳନ କରିଥାଏ। ଖ୍ରୀଷ୍ଟ ଧର୍ମରେ ସବୁଠାରୁ ପବିତ୍ର ମନେ କରାଯାଇଥାଏ ଏହି ଦିନକୁ। ଶାନ୍ତି, ଐକ୍ୟ ଓ ପ୍ରେମର ବାର୍ତ୍ତା ନେଇ ୨୪ ତାରିଖ ମଧ୍ୟରାତ୍ରୀରେ ଧରାବତରଣ କରୁଛନ୍ତି ପ୍ରଭୁ ଯୀଶୁ। ଧରାପୃଷ୍ଠରେ ପ୍ରଭୁଙ୍କ ସ୍ୱାଗତ ଲାଗି ଚର୍ଚ୍ଚଗୁଡ଼ିକ ଆଲୋକମାଳାରେ ସଜ୍ଜାଯାଇଛି। ସାରା ବିଶ୍ୱ ଆଜି ଉତ୍ସବମୁଖର ହୋଇଉଠିଛି । ମେରି କ୍ରିସ୍‌ମାସ୍‌ କହି ସମସ୍ତେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛନ୍ତି। ଏହି ଦିନଟିକୁ ଇଉରୋପୀୟ ରାଷ୍ଟ୍ରରେ ଖୁବ୍ ଜାକଜକମରେ ପାଳନ କରାଯାଉଥିଲାବେଳେ ଆଜିକାଲି ପ୍ରାୟତଃ ସବୁସ୍ଥାନରେ ଏହି ଦିବସ ପାଳନ କରାଯାଉଛି।

ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମର ଲୋକେ ନିଜ ଘରକୁ ଆଲୋକମାଳା ଓ ଫୁଲରେ ସଜାଇବା ସହ ନୂତନ ପୋଷାକ ପରିଧାନ କରିଥାନ୍ତି। ଏହି ଅବସରରେ ବିଭିନ୍ନ ପ୍ରକାରର ସୁସ୍ବାଦୁ ବ୍ୟଞ୍ଜନ ମଧ୍ୟ ପ୍ରସ୍ତୁତ କରାଯାଇଥାଏ। ବଡଦିନରେ କେକ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସମସ୍ତେ ମିଳିତ ହୋଇ କେକ୍‌ କାଟିବା ସହ ପରସ୍ପରକୁ କେକ ଖୁଆଇ ଏହି ଦିନର ଶୁଭ କାମନା ଜଣାଇଥାନ୍ତି । ଛକ ଛକରେ ଲାଇଟ୍‌ ଲଗାଇ ଖ୍ରୀଷ୍ଟମାସ ଗଛ ସଜାଇ ଥା’ନ୍ତି ଖ୍ରୀଷ୍ଟଧର୍ମାବଲମ୍ବୀ ଲୋକେ। ଖ୍ରୀଷ୍ଟମାସ ପର୍ବଟି ମୁଖ୍ୟତଃ ଛୋଟ ପିଲାମାନଙ୍କ ପାଇଁ ଅଧିକ ଆନନ୍ଦ ଓ ଉଲ୍ଲାସ ଆଣି ଦେଇଥାଏ। ଏହି ଦିନରେ ପିଲାମାନଙ୍କୁ ତାଙ୍କ ପସନ୍ଦର ଖାଦ୍ୟଦ୍ରବ୍ୟ ଖାଇବାକୁ ମିଳିବା ସହ ବହୁ ଉପହାର ମଧ୍ୟ ମିଳିଥାଏ। ମାନ୍ୟତା ଅନୁଯାୟୀ, ସାଣ୍ଟାକ୍ଲଜ୍‌ ସ୍ୱର୍ଗରୁ ଆସି ସଭିଁଙ୍କ ପାଇଁ ଉପହାର ସହ ଖୁସି ଦେଇଯାଆନ୍ତି।ତେଣୁ ଏହି ଦିନରେ କିଛି ବ୍ୟକ୍ତି ସାଣ୍ଟାକ୍ଲଜ୍‌ ବେଶରେ ସଜ୍ଜିତ ହୋଇ ପିଲାମାନଙ୍କୁ ଉପହାର ପ୍ରଦାନ କରିଥାଆନ୍ତି। ଖ୍ରୀଷ୍ଟଧର୍ମାବଲମ୍ବୀଙ୍କ ମତାନୁଯାୟୀ, ଈଶ୍ୱରଙ୍କ ସନ୍ତାନ ରୂପେ ଜଗତର କଲ୍ୟାଣ ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମଗ୍ରହଣ କରିଥିଲେ। ପବିତ୍ର ଗ୍ରନ୍ଥ ବାଇବେଲରେ ପ୍ରଭୁଙ୍କ ଜନ୍ମଦିନକୁ ନେଇ ସଠିକ୍ ତାରିଖ ଉଲ୍ଲେଖ ନ ଥିଲେ ମଧ୍ୟ ଏହି ଦିନକୁ ସାରା ବିଶ୍ୱରେ ପ୍ରଭୁଙ୍କ ଜନ୍ମଦିନ ଭାବେ ପାଳନ କରାଯାଏ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking