28.1 C
Bhubaneswar
Wednesday, April 23, 2025
Homeଓଡିଶାଆଜି କୃଷ୍ଣ ଓ ବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ଆଜି କୃଷ୍ଣ ଓ ବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଏହି ବେଶରେ ଜଗତରନାଥ ଜଗନ୍ନାଥଙ୍କୁ କୃଷ୍ଣ ଓ ବଡ଼ ଭାଇ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଅନ୍ୟପଟେ ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ । ସୂଚନା ଅନୁଯାୟୀ, ପ୍ରତିବର୍ଷ ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଥାଏ । ଉଭୟ କୃଷ୍ଣ ଓ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭା ପାଇଥାଏ । ସେହିପରି ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ର କାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରିଥାନ୍ତି । ବାଙ୍କଚୂଳ କିରୀଟ ଉପରେ ପତ୍ର ଲଗା କଦମ୍ବ ଫୁଲ ଶୋଭାପାଏ ।ଏହି ବେଶରେ ଶ୍ରୀପୟର, ପାଉଁଜି, ବାଙ୍କି, ପାହୁଡ଼, ଗୋଡ଼ ମୁଦି,ମଲ୍ଲୀ କଢ଼, ଚନ୍ଦ୍ର, ଚିତା, ନାକଚଣା, ହାତଫେର, ଖଡୁ ଇତ୍ୟାଦିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶୋଭା ପାଇଥାଏ । ସେପଟେ ସୁଭଦ୍ରାଙ୍କ ମସ୍ତକରେ ଶୋଭାପାଇଥାଏ କିରୀଟ । ବଳଭଦ୍ର ଓ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଥାଆନ୍ତି । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଶ୍ରୀଜିଉଙ୍କ ନିକଟରେ ଖିରି ଓ ଅମାଲୁ ଭୋଗ ଲାଗିଥାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।ସେପଟେ ଗତକାଲି ମହାପ୍ରଭୁଙ୍କ ରାତ୍ର ପହୁଡ଼ ୩ଟା ୧୫ମିନିଟରେ ହୋଇ ସକାଳ ୦୬ଟା ୧୦ ମିନିଟରେ ଦ୍ୱାର ଫିଟା ନୀତି ସମ୍ପର୍ଣ୍ଣ ହୋଇଛି। ମଙ୍ଗବାର ଦିନ କୃଷ୍ଣ ବଳରାମ ବେଶ ସହିତ ଅନ୍ନପ୍ରଥା ପ୍ରସ୍ତାବ ରହିଛି । ସୋମବାର ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking