30.1 C
Bhubaneswar
Thursday, April 25, 2024
Homeଓଡିଶାଶ୍ରୀଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ

ଶ୍ରୀଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ

 

ଭୁବନେଶ୍ୱର : ଲକ୍ଷ ଲକ୍ଷ ଭକ୍ତଙ୍କ ଅପେକ୍ଷାର ଅନ୍ତ ଘଟି ରାତି ୯ଟା ୩୩ ମିନିଟ୍ ସମୟରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ଉଠିଛି । ନିର୍ଦ୍ଧାରିତ ସମୟର ପ୍ରାୟ ୨୭ ମିନିଟ୍ ପୂର୍ବରୁ ମହାଦୀପ ଉଠିଛି ।  ପବିତ୍ର ମହାଶିବରାତ୍ରି ଅବସରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଲା । ସଅଳ ନୀତିକାନ୍ତି ଶେଷ ହେବା ପରେ ମହାଦୀପ ଉଠିଥିଲା । ଏହି ସମୟରେ ଜୟ ଶ୍ରୀଲିଙ୍ଗରାଜ ଧ୍ୱନୀରେ ପ୍ରକମ୍ପିତ ହୋଇ ଉଠିଲା ଏକାମ୍ର କ୍ଷେତ୍ର । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଗୁରୁବାର ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଜାଗରଯାତ୍ରା ଅନୁଷ୍ଠିତ ହୋଇଛି । ଆଜି କୋଭିଡ୍ କଟକଣା ଭିତରେ ଏକାମ୍ର କ୍ଷେତ୍ରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳିତ ହୋଇଛି । ଶ୍ରୀଲିଙ୍ଗରାଜ ମନ୍ଦିରରେ ରାତି ପ୍ରାୟ ୯ଟା ୪୦ ସମୟରେ ମହାଦୀପ ଉଠିଛି । ଶ୍ରୀଜୀଉଙ୍କ ଜାଗର ଯାତ୍ରା ଅବସରରେ ୭ ଥର ଲିଙ୍ଗରାଜ ମନ୍ଦିର ବେଢ଼ା ପରିକ୍ରମା ପରେ ୫ ଜଣ ସମର୍ଥା ମହାଦୀପ ଉଠାଇଛନ୍ତି । ଧାର୍ଯ୍ୟ ସମୟର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିଛି । ହର ହର ମହାଦେବ ଧ୍ୱନିରେ କମ୍ପିଥିଲା ଲିଙ୍ଗରାଜ ମନ୍ଦିର ପରିସର । ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ଧାର୍ଯ୍ୟ ହୋଇଥିଲା । ଶ୍ରୀଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ନୀତି ଅନୁଷ୍ଠିତ ହୋଇଥିଲା । ଏହା ପରେ ମହାଦୀପ ଉଠିବା ନେଇ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ରାତି ସାଢ଼େ ୯.୪୦ରେ ମହାଦୀପ ଉଠିଛି । ଏହାପରେ ସାହାଣମେଲା ଦର୍ଶନ ରାତ୍ର ୧୦ରୁ ୧୧, ଚାରି ପ୍ରହର ପୂଜା ରାତ୍ର ୧୧. ୩୦ରୁ ୩.୩୦, ହରିହର ଭେଟ ଭୋର ୩.୩୦ରୁ ୪.୩୦ ପର୍ଯ୍ୟନ୍ତ ଚାଲିବ । ଭୋର୍ ୪.୩୦ରୁ ସକାଳ ୫.୧୫ ପର୍ଯ୍ୟନ୍ତ ବଡ଼ ସିଂହାର ଓ ପହୁଡ଼ ନୀତିକାନ୍ତି ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।

ମହାଶିବରାତ୍ରୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୀଠ । କୋଭିଡ୍ କଟକଣା ଭିତରେ ଭୋରରୁ ପୀଠରେ ନୀତିକାନ୍ତି ଚାଲିଛି । ଏହାସହ ମନ୍ଦିରରେ ଭକ୍ତଙ୍କ ନାହିଁ ନଥିବା ଭିଡ଼ ବି ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁମାନେ ନିର୍ଜଳ ଉପବାସ ରଖିବା ସହ ଦୀପ ଜାଳି ଶିବଙ୍କ ଉପାସନା କରୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking