29.1 C
Bhubaneswar
Thursday, May 23, 2024
Homeଓଡିଶାପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅଧୀନସ୍ଥ ଶରଧାପୁର ଗ୍ରାମର ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ସେହି ଗ୍ରାମର ପ୍ରେମୀଯୁଗଳ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଶରଧାପୁର ଗ୍ରାମର ଜନୈକା ଯୁବତୀ ଆଜକୁ ବର୍ଷ ତଳେ ନୂଆପଡ଼ା ଜିଲ୍ଲା ସିନାପାଲିରେ ବିବାହ କରିଥିଲେ। ତେବେ ଗତ ପନ୍ଦର ଦିନ ତଳେ ଶରଧାପୁର ଗ୍ରାମର ଜଣେ ଯୁବକ ଉକ୍ତ ଯୁବତୀକୁ ନେଇ କେଉଁ ଆଡେ ଚାଲିଯାଇଥିଲା। ଉଭୟଙ୍କ ପରିବାର ବହୁ ଖୋଜି ଥିଲେ କିନ୍ତୁ ପାଇନଥିଲେ। ଗତକାଲି ବିଳମ୍ବିତ ରାତିରେ ଉଭୟ ଶରଧାପୁର ଗ୍ରାମକୁ ଚାଲି ଆସିଥିଲେ, କିନ୍ତୁ ଶେଷରେ ଉଭୟ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଆଜି ସକାଳେ ଗ୍ରାମବାସୀ ଦେଖିବାକୁ ପାଇଛନ୍ତି। ସକାଳୁ ଏହି ଖବର ପ୍ରଚାର ହେବା ପରେ ସେହିସ୍ଥାନକୁ ଦେଖଣାହାରୀଙ୍କ ସୁଅ ଛୁଟିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking