26.1 C
Bhubaneswar
Friday, March 20, 2026
Homeଓଡିଶା୧୨ ଘଣ୍ଟାରେ ଲଘୁଚାପ!

୧୨ ଘଣ୍ଟାରେ ଲଘୁଚାପ!

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବ। ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମସତ୍‌ୟଜୀବୀମାନେ ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଥିବାବେଳେ ବଜ୍ରପାତ ପାଇଁ ସତର୍କ ସୂଚନା ଦିଆଯାଇଛି। ୧୮ରୁ ବର୍ଷା ବଢ଼ିବା ସମ୍ଭାବନା ଥିବାବେଳେ କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking