29.4 C
Bhubaneswar
Thursday, August 13, 2026
Homeଓଡିଶାସକ୍ରିୟ ହେଲା ଲଘୁଚାପ: ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ସକ୍ରିୟ ହେଲା ଲଘୁଚାପ: ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର : ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଦେଇ ଝାଡଖଣ୍ଡ ମୁହାଁ ହେବା ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟାରେ ପ୍ରାୟ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ସମୁଦ୍ରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଗତ ୨୪ ଘଣ୍ଟା ଭିତରେ ଜଗତ୍‌ସିଂପୁର କୁଜଙ୍ଗରେ ସର୍ବାଧିକ ୧୧୩ ମିମି ବର୍ଷା ରେକର୍ଡ କରାଯାଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking