ଭୁବନେଶ୍ୱର : ଆସୁଛି ଲଘୁଚାପ, ଆଜି ପ୍ରବଳ ବର୍ଷା । ମୌସୁମୀ ପୁଣି ସକ୍ରିୟ ହୋଇଥିବା ବେଳେ ଏହା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ଆଜି ପଶ୍ଚିମରୁ ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ବର୍ଷାର ପରିମାଣ ବୃଦ୍ଧି ପାଇବ। ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ ଜିଲ୍ଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଝଡ଼ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଉପକୂଳ ସମେତ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତା ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।










