28.9 C
Bhubaneswar
Tuesday, June 30, 2026
Homeଓଡିଶାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର !

କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର !

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି । କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ଓଡିଶାରେ ଜୁନରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଜୁଲାଇରେ ୯% ଅଧିକ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼,ଅନୁଗୁଳ, ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱ‌ାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକାଲି ଶୁକ୍ରବାର ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେସବୁ ଜିଲ୍ଲା ଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼,ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର ଆଦି ରହିଛି। ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତାଗୁଡ଼ିକ ବର୍ଷାପାଣି ଯୋଗୁ କମ୍ ଦୃଶ୍ୟମାନ ହେବ। ରାସ୍ତା ଜଳମଗ୍ନ ଏବଂ ତଳୁଆ ଅଞ୍ଚଳଗୁଡିକ ଜଳମଗ୍ନ ହେବାର ସମ୍ଭାବନା ରହିଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୫୦୭.୦ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking