ଭୁବନେଶ୍ୱର: ଘୁଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରେ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡକୁ ଗତି କରିବ । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି। ଏହି ସମୟରେ ପବନର ବେଗ ୩୦ରୁ ୪୦ ଡିଗ୍ରୀ ରହିବ । ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି ।