ଭୁବନେଶ୍ୱର; ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପୁଣି ୧୯ ଏବଂ ୨୦ ଆଡକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଗରେ ଗତି କରି ଆହୁରି ଘନୀଭୂତ ହେବ ଲଘୁଚାପ । ଲଘୁଚାର ପ୍ରଭାବରେ ଆଜି ଓଡ଼ିଶାରେ ପ୍ରବଳ ବର୍ଷା ହେବ । ସକାଳୁ ସକାଳୁ ଭୁବନେଶ୍ୱର, କଟକରେ ବର୍ଷା ଜାରି ରହିଛି । ୩ ଜିଲ୍ଲାକୁ ଅରେଞ୍ଜ ଓ ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି । ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଏହାର ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଗତକାଲି ରାତିଠାରୁ ବର୍ଷା ଆରମ୍ଭ ହୋଇଯାଇଛି । ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜିଠାରୁ ୧୮ ଅଗଷ୍ଟ ମଧ୍ୟରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ, ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ୪୦-୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ବି ଅଧିକ । କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜେରି ହୋଇଛି । ଲଘୁଚାପର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି । ବର୍ଷା ଓ ପବନର ପ୍ରଭାବ ଦୃଷ୍ଟିରୁ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳ ସମେତ ପ୍ରଭାବିତ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।










