18.1 C
Bhubaneswar
Thursday, January 15, 2026
Homeଓଡିଶାଉତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି

ଉତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍‌ଭାଇରନ୍‌ମେଂଟ ଆଣ୍ଡ କ୍ଲାଇମେଟ (ସିଇସି) ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବୃଷ୍ଟିପାତ ହୋଇପାରେ ଏବଂ ବିଶେଷ କରି ଉପକୂଳ ଅଂଚଳ ଏବଂ ଉତର ଓଡ଼ିଶାର ଜିଲ୍ଳାଗୁଡ଼ିକରେ ପ୍ରବଳରୁ ପ୍ରବଳତର ବୃଷ୍ଟିପାତ ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସିର ବୁଲେଟିନ୍‌ରେ କୁହାଯାଇଛି। ବୁଲେଟିନ୍ ଅନୁଯାୟୀ ମେ ୨୮ ରୁ ୩୦ ମଧ୍ୟରେ ମୟୁରଭଞ୍ଜ, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେଓଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବୃଷ୍ଟିପାତ ହୋଇପାରେ। ଏହି ବୃଷ୍ଟିପାତ ବିଶେଷ କରି ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଅବବାହିକା ଅଂଚଳରେ ଅନୁଭୂତ ହେବ ବୋଲି ବୁଲେଟିନ୍ ଜଣାଇବା ସହିତ ଏହା ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛି। ଏହା ପରେ ଜୁନ ୧ ରୁ ୩ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ଦିନର ଉତାପ ବୃଦ୍ଧି ପାଇପାରେ ମାତ୍ର ଏହା ପରେ ବୃଷ୍ଟିପାତର ପରିମାଣ ବୃଦ୍ଧି ପାଇବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking