ଭୁବନେଶ୍ୱର: ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କାଲି ପାଇଁ ରାୟଗଡା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଉ ବାକି ୨୭ ଜିଲ୍ଲାକୁ ପାଣିପାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।









