22.1 C
Bhubaneswar
Saturday, March 21, 2026
Homeଓଡିଶାବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ ଘନୀଭୁତ ହୋଇ ଉତର ପଶ୍ଚିମ ଆଡ଼କୁ ଗତି କରି ଝାଡଖଣ୍ଡ ଓ ଉତର ଛତିଶଗଡ଼ ମୁହାଁ ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।
ଏହାର ପ୍ରଭାବରେ ଗୁରୁବାର ରାତିରୁ ଜୁଲାଇ ୨୬ ତାରିଖ ଅପରାହ୍ଣ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଅଂଚଳରେ ଅଧିକ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଜୁଲାଇ ୨୪ ଏବଂ ୨୫ ତାରିଖରେ ଅନୁଗୁଳ, ବଲାଙ୍ଗୀର, ବାଲେଶ୍ୱର, ବୌଦ୍ଧ, କଟକ, ଢ଼େଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କେନ୍ଦ୍ରପଡ଼ା, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ଼ ଏବଂ ସୁବର୍ଣ୍ଣପୁର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଜୁଲାଇ ୨୫ ଏବଂ ୨୬ ତାରିଖରେ ବରଗଡ଼, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଅଧିକ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଅନ୍ୟ ଜିଲ୍ଳାଗୁଡ଼ିକରେ ଏହି ସମୟ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ କୁହାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking