36.1 C
Bhubaneswar
Wednesday, June 19, 2024
Homeଓଡିଶାବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ

ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ

ଭୁବନେଶ୍ୱର : ପଶ୍ଚିମକେନ୍ଦ୍ରିୟ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ଉତ୍ତରପୂର୍ବ ଦିଗରେ ଗତିକରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତର ରୂପ ନେବ । ଘନୀଭୂତ ହୋଇ ୨୫ ତାରିଖ ସନ୍ଧ୍ୟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ । ବୁଧବାର ତୁଳନାରେ ଗୁରୁବାର ବଙ୍ଗୋପସାଗର ସକ୍ରିୟ ଲଘୁଚାପ କ୍ଷେତ୍ର ନିକଟରେ ପବନର ଘୂର୍ଣ୍ଣୟମାନ ବେଗ ବୃଦ୍ଧି ପାଇବାରେ ଲାଗିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଫଳରେ ଏହା ଅଧିକ ଘନୀଭୂତ ହେବାରେ ଲାଗିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାପରେ ଅବପାତ ଉତ୍ତର-ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ୨୫ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । ୨୬ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପାଖରେ ପହଞ୍ଚିବ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରୁଛନ୍ତି । ଏହାର ପ୍ରଭାବରେ ୨୫ରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ବା ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଏହା ପ୍ରଭାବରେ ୨୫ରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବ । ଗୋଟିଏ ବା ଦୁଇଟି ଜାଗାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା କେଉଁ ଉପକୂଳ ଅତିକ୍ରମ କରିବ ଓ ଅତିକ୍ରମ କରିବା ବେଳେ ଏହାର ସର୍ବାଧିକ ପ୍ରଭାବ କ’ଣ ରହିବ ତାକୁ ନେଇ ଏବେ କୌଣସି ପୂର୍ବାନୁମାନ ହୋଇନି । ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ପରେ ଏହା କ୍ରମଶଃ ଉତ୍ତର ପୂର୍ବ ଦିଗରେ ନିଜ ଗତି ଜାରି ରଖିବ । ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଓ ନିକଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାକୁ ୩୦ରୁ ୪୦କିମି ବେଗରେ ପବନ ପ୍ରବାହିତ ହେଉଛି । ଶୁକ୍ରବାର ଏହା ବଢ଼ି ୪୦ ରୁ ୫୦ କିମି ବେଗରେ ପବନ ବହିବ । ୨୪ ତାରିଖରେ ପବନର ବେଗ ୫୦ ରୁ ୬୦ କିମି ହେବାର ସମ୍ଭାବନା ରହିଛି । ପ୍ରବାହିତ ପବନର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ପୂର୍ବ ଉପକୂଳ ଓ ଆଣ୍ଡାମାନ ନିକୋବରର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଯେଉଁମାନେ ସମୁଦ୍ର ଭିତରକୁ ଯାଇଛନ୍ତି ସେମାନଙ୍କୁ ତୁରନ୍ତ ଫେରି ଆସିବାକୁ ସୂଚନା ଦିଆଯାଇଛି । ଅବପାତ ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି । ଅବପାତ ସୃଷ୍ଟି ପରେ ଏହା ଆଗକୁ ବଢ଼ିଲେ ଏହାର ପ୍ରଭାବ ନେଇ ଅଧିକ ପୂର୍ବାନୁମାନ କରିହେବ ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking