ଭୁବନେଶ୍ୱର: ୧୨ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ । ଗତକାଲି ଉତ୍ତର- ପଶ୍ଚିମ ବଙ୍ଗେପସାଗର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୁଣ୍ଣିବଳୟ ସକ୍ରିୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରିଛି । ଭଦ୍ରକ , କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ଝାରସୁଗୁଡା ଓ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟୋଲ୍ଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ଜିଲ୍ଲା ପାଇଁ ମଧ୍ୟ ୟେଲ୍ଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ଜିଲ୍ଲା ପାଇଁ ମଧ୍ୟ ୟେଲ୍ଲୋ ୱାଣ୍ଣିଂ ଜାରି ହୋଇଛି । ଆସନ୍ତା ୩ ଦିନ ଯାଏ ବର୍ଷା ପାଇଁ ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ ।









