16.1 C
Bhubaneswar
Wednesday, January 14, 2026
Homeଓଡିଶାବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର : ଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଗୁରୁବାର ଦିନଠାରୁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଫଳରେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ରାଜ୍ୟର ୫ଟି ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ନୂଆପଡ଼ା, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, ଭଦ୍ରକ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ଦୁଇ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking