33.1 C
Bhubaneswar
Saturday, April 27, 2024
Homeଓଡିଶା୧୨ ଘଣ୍ଟାରେ ଲଘୁଚାପ

୧୨ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଭିଜିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ୧୯ ଅକ୍ଟୋବର ପାଇଁ ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲା ମଧ୍ୟରେ ରହିଛି –ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି ।ଏହା ସହ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବର୍ଷାକୁ ନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘୧୯ରୁ ୨୨ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଂଶଧାରା, ଋଷିକୂଲ୍ୟା ନଦୀ ଭଣ୍ଡାରରେ ଜଳସ୍ତର କମ୍ ରହିଛି । ୮୦ ଶତକଡାରୁ ୬୦ ରୁ ୭୦ ଶତକଡା ରଖାଯାଇଛି । ୮ଟି ଜିଲ୍ଲାରେ ନୋଡାଲ ଅଫିସର ନିଯୁକ୍ତ କରାଯାଇଛି । ନଦୀବନ୍ଧ ଦୁର୍ବଳ ସ୍ଥାନରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଜଳସମ୍ପଦ ବିଭାଗ ସଜାଗ ରହିଛି, ଭୟଭୀତ ହେବାର ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking